ରାୟଗଡ଼ା ଓ ଝାରସୁଗୁଡ଼ା ଜିଲ୍ଲାରେ ଆମ ଓଡିଶା ନବୀନ ଓଡିଶାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାୟଗଡ଼ା ଜିଲ୍ଲାର ୧୧ଟି ବ୍ଲକରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନ୍ତର୍ଗତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାୟଗଡ଼ା ତେଜସ୍ଵୀ ହୋଟେଲ ପଡ଼ିଆରେ ଏକ ସଭା ଆୟୋଜନ ହୋଇଥିଲା । ଏଥିରେ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଛନ୍ତି । ରାୟଗଡ଼ା ଜିଲ୍ଲାରେ ୨ ହଜାର ୬୧୩ଟି ପ୍ରକଳ୍ପ ପାଇଁ ୯୧ କୋଟି ଟଙ୍କା ଅନୁଦାନ ମଞ୍ଜୁର ହୋଇଛି । ରାୟଗଡ଼ା ବ୍ଲକର ୩୭୯ଟି ପ୍ରକଳ୍ପ ପାଇଁ ୧୪ କୋଟି, ସଦର ବ୍ଲକ ସମେତ ବିଷମକଟକ, କୋଲନରା, ମୁନିଗୁଡ଼ା, ଗୁଣୁପୁର, ପଦ୍ମପୁର, ଚନ୍ଦ୍ରପୁର, ଗୁଡ଼ାରି ଓ ଅନ୍ୟ ସମସ୍ତ ବ୍ଲକ ପାଇଁ ବିଭିନ୍ନ ଉନ୍ନୟନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ବିଷମକଟକର ପାତାଳେଶ୍ୱର ମନ୍ଦିର ପାଇଁ ୨ ଦଶମିକ ୧୪ କୋଟି, ନେଳିଆବନ୍ଧ ପାଇଁ ୨ କୋଟି ୯୫ ଲକ୍ଷ ସମେତ ଜିଲ୍ଲାର ବହୁ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
Trending
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
Prev Post
Next Post