ରେଳମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ପିସିସି ସଭାପତି ଶରତ ପଟ୍ଟନାୟକ
ଭୁବନେଶ୍ବର: ଆନ୍ଧ୍ରପ୍ରଦେଶର ବିଜୟନଗରମରେ ଘଟିଥିବା ରେଳ ଦୁର୍ଘଟଣାରେ ୧୪ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି । ଏହାକୁ ନେଇ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଇସ୍ତଫା ଦାବି କରିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ଲଗାତାର ଭାବେ ଟ୍ରେନ ଦୁର୍ଘଟଣା ଘଟୁଛି। ଲୋକଙ୍କ ଜୀବନ ଯାଉଛି । ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ତୁରନ୍ତ ଇସ୍ତଫା ଦିଅନ୍ତୁ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ ଦାବି କରିଛନ୍ତି । ଅଶ୍ବିନୀ ବୈଷ୍ଣବ ଓଡ଼ିଶାରୁ ନିର୍ବାଚିତ ହୋଇ ରେଳମନ୍ତ୍ରୀ ହୋଇଛନ୍ତି ।