ଜମ୍ମୁ କାଶ୍ମୀରର ପୁଲୱାମାରେ ଆତଙ୍କବାଦୀଙ୍କ ଗୁଳିମାଡ଼ରେ ମୃତ୍ୟୁ ହୋଇଛି। ପୁଲୱାମାର ତୁମଚି ନାଉପଡ଼ା ଅଞ୍ଚଳରେ ଆଜି ଆତଙ୍କବାଦୀମାନେ ଉତ୍ତରପ୍ରଦେଶ ପ୍ରବାସୀ ଶ୍ରମିକଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ଫଳରେ ତାଙ୍କର ମୃତ୍ୟୁ ହୋଇଯାଇଛି। ଉକ୍ତ ପ୍ରବାସୀ ଶ୍ରମିକଙ୍କ ନାଁ ମୁକେଶ ସିଂହ। ଉକ୍ତ ଘଟଣା ପରେ ଏହି ଅଞ୍ଚଳକୁ ଘେରାବନ୍ଦୀ କରି ରଖାଯାଇଛି। ୨୪ ଘଣ୍ଟା ମଧ୍ୟରେ ଏହା ପୁଲୱାମାରେ ଦ୍ବିତୀୟ ଆତଙ୍କବାଦୀ ଆକ୍ରମଣ। ରବିବାର ଦିନ ଇଦଗାହ ଅଞ୍ଚଳରେ ଇନ୍ସପେକ୍ଟର ମସରୁର ଅହମଦ ୱାନୀ କ୍ରିକେଟ୍ ଖେଳୁଥିବାବେଳେ ତାଙ୍କ ଉପରକୁ ଆତଙ୍କବାଦୀମାନେ ଥର ଗୁଳିମାଡ଼ କରିଥିଲେ। ଉକ୍ତ ଆକ୍ରମଣ ପରେ ପ୍ରତିଟି ଗାଡ଼ିକୁ ସୁରକ୍ଷା ବାହିନୀ ଚେକ୍ କରୁଛନ୍ତି।
Trending
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
Prev Post
Next Post