ନିର୍ବାଚନରେ ବିଜୟ ହାସଲ କରିବା ପାଇଁ ବିଭିନ୍ନ ରାଜନୈତିକ ଦଳ ନିଜର ଶକ୍ତି ପ୍ରଦର୍ଶନ କରୁଛନ୍ତି । ନିର୍ବାଚନ ରାଲି ଏବଂ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ସମସ୍ତ ଲୋକଙ୍କୁ ନିଜ ଆଡକୁ ଆକର୍ଷିତ କରିବା ପାଇଁ ଲାଗିପଡିଛନ୍ତି । କଂଗ୍ରେସ ମଧ୍ୟ ଏହି ଦୌଡରେ ଓହ୍ଲାଇଛି । କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ଅର୍ଥାତ ୩୧ ଅକ୍ଟୋବର ଦିନ କୋଲ୍ଲାପୁରରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ଏହାରି ମଧ୍ୟରେ ସେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ନେତୃତ୍ୱ ପାର୍ଟୀ ଉପରେ ଅଭିଯୋଗ ଆଣିଛନ୍ତି ।କୋଲ୍ଲାପୁରରେ ନିର୍ବାଚନ ରାଲିକୁ ସମ୍ବୋଧିତ କରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ, ଚନ୍ଦ୍ରଶେଖର ରାଓଙ୍କୁ ଟାର୍ଗେଟ କରିଛନ୍ତି । ସେ ବିଆରଏସ ଉପରେ ଭ୍ରଷ୍ଟାଚାରର ଅଭିଯୋଗ ଆଣିଛନ୍ତି । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ତେଲେଙ୍ଗାନା ରାଜ୍ୟର ଗଠନ ପଛରେ ଜନତାଙ୍କର ଯେଉଁ ଆଶା ଆଂକାକ୍ଷା ଥିଲା, ତାଙ୍କ ସହ ବିଶ୍ୱାସଘାତ ହୋଇଛି ।ସେ ଆଗକୁ କହିଛନ୍ତି ଯେ, ରାଜ୍ୟର କଲେଶ୍ୱରମ ପ୍ରକଳ୍ପ ଆପଣଙ୍କ ପାଇଁ ଏକ ବଡ଼ ବିଶ୍ୱାସଘାତକତା । ଟଙ୍କା ଜନତା ଏବଂ ତାଙ୍କ ଭବିଷ୍ୟତ ପାଇଁ ଅଟେ ହେଲେ ମୁଖ୍ୟମନ୍ତ୍ରୀ ଗରିବ, କୃଷକ ଏବଂ ଦିନ ମଜୁରିଆଙ୍କ ୧ ଲକ୍ଷ କୋଟି ଟଙ୍କା ଖାଇଛନ୍ତି । କାଲେଶ୍ୱରମ ପ୍ରକଳ୍ପର କିଛି ସ୍ତମ୍ଭ ଭାଙ୍ଗିଯିବାର ରିପୋର୍ଟ ମଧ୍ୟ ଆସିଥିଲା ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post