ଆଜି ଇଣ୍ଡୋନେସିଆର ତିମୋର ଦ୍ୱିପରେ ଭୂମିକମ୍ପ ହୋଇଥିଲା। ୬.୧ ତୀବ୍ରତାସମ୍ପନ୍ନ ଭୂମିକମ୍ପ ହେବାରୁ କେତେକ କୋଠାବାଡ଼ି ସାମାନ୍ୟ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଲୋକମାନେ ଭୟଭୀତ ହୋଇଯାଇଥିବା କଥା ବିଭିନ୍ନ ଗଣମାଧ୍ୟମ ରିପୋର୍ଟ କରିଛନ୍ତି। କିନ୍ତୁ, ଏହି ଭୂମିକମ୍ପ ଯୋଗୁଁ କେହି ମୃତାହତ ହୋଇଥିବାର ଖବର ତୁରନ୍ତ ମିଳି ପାରିନାହିଁ। ‘ୟୁଏସ୍ ଜିଓଲୋଜିକାଲ୍ ସର୍ଭେ’ ରିପୋର୍ଟ କରିଛି, ଇଷ୍ଟ୍ ନୁସା ତେଙ୍ଗାରା ପ୍ରଦେଶର ରାଜଧାନୀ ନଗରୀ କୁପାଙ୍ଗ୍ର ଉତ୍ତର-ଉତ୍ତରପୂର୍ବକୁ ୨୧ କିଲୋମିଟର୍ ଦୂର ଏବଂ ଭୂଗର୍ଭର ୩୬.୧ ଗଭୀର ହେଉଛି ଉକ୍ତ ଭୂମିକମ୍ପର ଉତ୍ପତ୍ତିସ୍ଥଳ।
ଇଣ୍ଡୋନେସିଆର ‘ମିଟେରୋଲୋଜି, କ୍ଲାଇମାଟୋଲୋଜି ଓ ଜିଓଫିଜିକାଲ୍ ଏଜେନ୍ସି’ରେ ଥିବା ‘ଭୂମିକମ୍ପ ଓ ସୁନାମି କେନ୍ଦ୍ର’ର ମୁଖ୍ୟ ଡେରିୟୋନୋ କହିଛନ୍ତି, ସ୍ଥଳଭାଗରେ ଏହି ଭୂମିକମ୍ପ ସଙ୍ଘଠିତ ହୋଇଥିବାରୁ କେତେକ ସହର ଓ ଗ୍ରାମରେ ତୀବ୍ର କମ୍ପନ ଅନୁଭୂତ ହୋଇଥିଲା।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post