ବଢୁଛି ଦିଲ୍ଲୀ ପ୍ରଦୂଷଣ ସମସ୍ୟା । ପ୍ରଦୂଷଣ ବୃଦ୍ଧି ଯୋଗୁ ଅନେକ ସ୍ଥାନରେ ସ୍ଥିତି ହେଲାଣି ଉଦବେଗଜନକ । ଗତକାଲି ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ. ସକ୍ସେନାଙ୍କ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବୈଠକରେ ସ୍ଥିତି ସମୀକ୍ଷା କରାଯାଇଥିଲା । ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ସମସ୍ତ ସରକାରୀ ବିଭାଗ ଓ ସଂସ୍ଥା ପ୍ରଦୂଷଣ ନିୟନ୍ତ୍ରଣ ଲାଗି ପଦକ୍ଷେପ ନେବେ ।ଯଥାସମ୍ଭବ ଘରେ ରହିବା ଲାଗି ପିଲା ଓ ବୟସ୍କଙ୍କୁ ଦିଆଯାଇଛି ପରାମର୍ଶ । ବିନା କାରଣରେ ଯାତ୍ରା ନକରିବା, ପବ୍ଲିକ ଟ୍ରାନସପୋର୍ଟ ବ୍ୟବହାର କରିବା, ଯାନ୍ତ୍ରିକ ଉପାୟରେ ସଫେଇ, ଜଳ ସିଞ୍ଚନ ଆଦି ତ୍ବାରାନ୍ବିତ କରିବା, ନିଆଁ ନିୟନ୍ତ୍ରଣ ଲାଗି ପଞ୍ଜାବକୁ ଅନୁରୋଧ କରିବା ଲାଗି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । ଦିଲ୍ଲୀର ଅଧିକାଂଶ ସ୍ଥାନରେ ଏକ୍ୟୁଆଇ ୪୫୦ରୁ ଅଧିକ ରହିଥିବାରୁ ଏହାକୁ ନେଇ ଉଦବେଗ ପ୍ରକାଶ ପାଇଛି ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post