ଆଜି ମିଜୋରାମ ଓ ଛତିଶଗଡ଼ ରାଜ୍ୟରେ ମତଦାନ ଆରମ୍ଭ ହୋଇଛି। ଆଜି ମିଜୋରାମ ରାଜ୍ୟର ସମସ୍ତ ୪୦ଟି ଯାକ ଆସନରେ ମତଦାନ ହେଉଥିବା ବେଳେ ଛତିଶଗଡ଼ ରାଜ୍ୟର ମୋଟ ୯୦ ଆସନ ମଧ୍ୟରୁ ୨୦ଟି ଆସନରେ ମତ ଗ୍ରହଣ ଆରମ୍ଭ ହୋଇଛି। ଛତିଶଗଡ଼ର ମାଓ ପ୍ରବଣ ବସ୍ତର ଡିଭିଜନର ୭ ଜିଲ୍ଲାର ୧୨ଟି ଆସନ ସହ ଅନ୍ଯ ୪ଟି ଜିଲ୍ଲାର ୮ଟି ଆସନରେ ଭୋଟିଂ ଆରମ୍ଭ ହୋଇଛି। ମାଓପ୍ରବଣ ୧୦ଟି ଆସନରେ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚାଲିବ। ଅବଶିଷ୍ଟ ୧୦ଟି ଆସନରେ ମତଦାନ ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟରେ ୨୨୩ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ସେଥି ମଧ୍ୟରେ ୨୫ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି।
Trending
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post