ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି

୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ସ୍ୱତନ୍ତ୍ର ନୀତି ପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।