ରାଜ୍ୟରେ ଲାଗିରହିଥିବା ମେଘୁଆ ପାଗ ଓ ହାଲୁକା ବର୍ଷାରେ ଆଜି ବିରତି ଲାଗିଛି। ଆସନ୍ତାକାଲିଠାରୁ ରାଜ୍ୟର ପାଗ ସମ୍ପୂର୍ଣ୍ଣ ମେଘମୁକ୍ତ ରହିବ। ରାତିର ସର୍ବନିମ୍ନ ତାପମାତ୍ରା କମିବ। ପାଖାପାଖି ୨ରୁ ୩ ଡିଗ୍ରି ଯାଏ ରାତି ତାପମାତ୍ରା କମିବା ଫଳରେ ଅଳ୍ପ ଅଳ୍ପ ଥଣ୍ଡା ପଡ଼ିବା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୨ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା କମିବ ଓ ଏହାପରେ ଅପରିବର୍ତ୍ତିତ ରହିବ ବୋଲି ସୂଚନା ମିଳିଛି। ଦୀପାବଳିକୁ ପାଗ ଶୁଖିଲା ଓ ଖରାଟିଆ ରହିବ।ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ଏହି ସପ୍ତାହକରେ ଥଣ୍ଡା ବଢ଼ିବ, କମିବ ଓ ପୁଣି ଥରେ ବଢ଼ିବ। ବିଶେଷ ଥଣ୍ଡା ହେବ ନାହିଁ। ୧୭ରୁ ଦକ୍ଷିଣ ଉପକୂଳରେ ପାଗ ମେଘୁଆ ହେବାର ସମ୍ଭାବନା ରହିଛି।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post