ଉପ ବାଚସ୍ପତି ପଦରୁ ଇସ୍ତଫା ଦେଲେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂ ।ନିଜର ଇସ୍ତଫା ପତ୍ର ସେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ପ୍ରଦାନ କରିଛନ୍ତି । ଆସନ୍ତା ବର୍ଷ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ ବିଜେଡି ସଂଗଠନକୁ ସୁଦୃଢ଼ କରିବା ପାଇଁ ଦଳ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା ନେଇ ଚର୍ଚ୍ଚା ହୋଇଥିଲା । ମାତ୍ର ଉକ୍ତ ଚର୍ଚ୍ଚାକୁ ଶ୍ରୀ ସିଂହ ଖଣ୍ଡନ କରି ନଥିଲେ ।ଶ୍ରୀ ସିଂହ ଗତ ୨୦୧୯ ମସିହା ଜୁନ ମାସରୁ ଉପବାଚସ୍ପତି ପଦରେ ରହିଥିଲେ । ସେ ଅନୁଗୁଳ ବିଧାନସଭା ଆସନରୁ କ୍ରମାଗତ ୪ ଥର ବିଧାୟକ ଭାବେ ଜିତିଥିଲେ । ଏହା ପୂର୍ବରୁ ବିକ୍ରମ କେଶରୀ ଆରୁଖଙ୍କୁ ବାଚସ୍ପତି ପଦରୁ ଇସ୍ତଫା ଦେବାକୁ ଦଳ ପକ୍ଷରୁ କୁହାଯାଇଥିଲା । ଏହାପରେ ପ୍ରମିଳା ମଲ୍ଲିକ ରାଜ୍ୟର ପ୍ରଥମ ମହିଳା ବାଚସ୍ପତି ଭାବେ ଗତ ସେପ୍ଟେମ୍ବର ମାସରେ ଶପଥ ଗ୍ରହଣ କରିଥିଲେ । ଗତ କିଛି ମାସ ହେଲା ବିଜେଡି ପଞ୍ଚାୟତ ଠାରୁ ବ୍ଲକ ସଂଗଠନରେ ଅନେକ ପରିବର୍ତ୍ତନ କରିଛି । ତେଣୁ ସଂଗଠନକୁ ମଜବୁତ କରିବା ଲକ୍ଷ୍ୟରେ ଦଳ ରଜନୀଙ୍କ କ୍ଷେତ୍ରରେ ଏହି ନିଷ୍ପତ୍ତି ନେଇଥାଇପାରେ ବୋଲି କୁହାଯାଉଛି ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post