ବାଙ୍ଗାଲୋର: ଶ୍ରୀଲଙ୍କାକୁ ୫ ଓ୍ବିକେଟରେ ହରାଇଲା ନ୍ୟୁଜିଲାଣ୍ଡ । ଶ୍ରୀଲଙ୍କାକୁ ହରାଇ ୧୦ ପଏଣ୍ଟ ସହ ପଏଣ୍ଟ ଟେବୁଲରେ ଚତୁର୍ଥ ସ୍ଥାନରେ ରହିଛି । ବେଙ୍ଗାଳୁରୁରେ ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ୧୭୧ ରନ କରିଥିଲା ଶ୍ରୀଲଙ୍କା। କୁଶଲ ପରେରା ଦଳ ପାଇଁ ସର୍ବାଧିକ ୫୧ରନ କରିଥିବାବେଲେ ମହେଶ ତୀକ୍ଷଣା ଦ୍ବିତୀୟ ସର୍ବାଧିକ ୩୯ ରନ କରିଥିଲେ । ୧୭୨ ରନର ବିଜୟ ଲକ୍ଷ୍ୟ ନେଇ ନ୍ୟୁଜିଲାଣ୍ଡ ଖେଳିବା ସହ ୨୩.୨ ଓଭରରେ ୫ ଓ୍ବିକେଟ ହରାଇ ବିଜୟ ହାସଲ କରିଥିଲା । ଦଳ ପକ୍ଷରୁ କନଓ୍ବେ ୪୫, ରବୀନ୍ଦ୍ର ୪୨ ଓ ମିଚେଲ ୪୩ ରନ କରିଥିଲେ । ଶ୍ରୀଲଙ୍କା ପକ୍ଷରୁ ମେଥ୍ୟୁସ ସର୍ବାଧିକ ୨ଟି ଓ୍ବିକେଟ ନେଇଥିଲେ । ଟେଣ୍ଟ ବୋଲ୍ଟ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଛନ୍ତି । ନ୍ୟୁଜିଲାଣ୍ଡର ଏହି ବିଜୟ ଫଳରେ ଦଳର ସେମିଫାଇନଲ ଆଶା ଏକପ୍ରକାର ଉଜ୍ଜ୍ବଳ ହୋଇଛି ।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ