ବଙ୍ଗୋପସାଗରରେ ଦାନାବାନ୍ଧୁଛି ଆଉ ଏକ ଲଘୁଚାପ
ଭୁବନେଶ୍ୱର: ଓଡ଼ିଶାକୁ ଆସୁଛି ବଡ ବର୍ଷା ! ବଙ୍ଗୋପସାଗରରେ ଦାନାବାନ୍ଧୁଛି ଲଘୁଚାପ। ଆସନ୍ତା ୧୩ରୁ ୧୫ ତାରିଖ ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ଲଘୁଚାପ ରୂପନେବା ସମ୍ଭାବନା ରହିଛି। ପ୍ରଭାବରେ ୧୬ତାରିଖରୁ ରାଜ୍ୟରେ ବର୍ଷା ହେବ। ଦକ୍ଷିଣ ସମେତ ଉତ୍ତର ଓଡିଶାରେ ବର୍ଷା ହେବା ସମ୍ଭାବନା ରହିଛି।
ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ମଧ୍ୟମ ଧରଣର ବର୍ଷା ହେବ। ଉପକୂଳ ଓଡିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର ଏବଂ ନୟାଗଡ଼ରେ ହାଲୁକା ବର୍ଷା ହେବା ନେଇ ଆକଳନ କରାଯାଇଛି। ଲଘୁଚାପ ସୃଷ୍ଟି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିଲେ ମଧ୍ୟ ତାହା ପ୍ରଭାବରେ କେତେ ପରିମାଣର ବର୍ଷା ହେବ ସେନେଇ କୌଣସି ସୂଚନା ପ୍ରଦାନ କରାଯାଇ ନାହିଁ।