ଭାରତୀୟ ଟଙ୍କା ପୁଣି ଦୁର୍ବଳ ହୋଇପଡ଼ିଛି । ଏକ ଡଲାର କିଣିବା ଲାଗି ୮୩ ଟଙ୍କା ୩୪ ପଇସା ଗଣିବାକୁ ପଡ଼ିଛି । ଡଲାର ତୁଳନାରେ ଏହା ଟଙ୍କାର ସର୍ବକାଳୀନ ଦୁର୍ବଳ ସ୍ଥିତି । ଟଙ୍କା ସ୍ଥିତିରେସୁଧାର ଆଣିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ ହସ୍ତକ୍ଷେପ କରିବାରେ ବୋଲି କୁହାଯାଉଛି । ଏଭଳି ସଙ୍କଟ ସମୟରେ ରିଜର୍ଭ ବ୍ୟାଙ୍କ ନିଜ ଭଣ୍ଡାରରୁ ବିଦେଶୀ ମୁଦ୍ରା ବାହାର କରି ବଜାର ଦରଠାରୁ କମ୍ ଦାମ୍ରେ ଉପଲବ୍ଧ କରାଇବା ଦ୍ୱାରା ସ୍ଥିତି ନିୟନ୍ତ୍ରଣକୁ ଆସିଥାଏ । ଡଲାର ତୁଳନାରେ ଟଙ୍କା ଏହିଭଳି ଦୁର୍ବଳ ସ୍ତରରେ ଆଉ କିଛି ଦିନ ରହିବ ବୋଲି ଆକଳନ କରାଯାଇଛି ।ବିଦେଶୀ ନିବେଶକମାନେ ଭାରତୀୟ ଷ୍ଟକ୍ ବଜାରରୁ ପାଣ୍ଠି ପ୍ରତ୍ୟାହାର କରୁଥିବାରୁ ଟଙ୍କା ଉପରେ ଚାପ ସୃଷ୍ଟି ହୋଇଛି । ମହଙ୍ଗା ଡଲାର, ଦେଶର ଦରଦାମ୍?କୁ ପ୍ରଭାବିତ କରିବା ଶକ୍ତି ରଖିଛି । କାରଣ ତେଲଠାରୁ ଆରମ୍ଭ କରି ଖାଦ୍ୟଶସ୍ୟ ପର୍ଯ୍ୟନ୍ତ ଭାରତ ବହୁ କିଛି ସାମଗ୍ରୀ ଆମଦାନି କରୁଛି । ସେହିପରି ବିଦେଶରେ ନିଜ ପିଲାଙ୍କୁ ପାଠ ପଢ଼ାଉଥିବା ଲୋକଙ୍କୁ ପୂର୍ବାପେକ୍ଷା ଅଧିକ ଟଙ୍କା ପଠାଇବାକୁ ପଡ଼ିବ ।
Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Prev Post
Next Post