ଓଡ଼ିଶାରେ ପଡ଼ିବନି ବାତ୍ୟାର ବିଶେଷ ପ୍ରଭାବ
ଦିଲ୍ଲୀ : ଓଡ଼ିଶାରେ ପଡ଼ିବନି ବାତ୍ୟାର ବିଶେଷ ପ୍ରଭାବ । ସମ୍ଭାବ୍ୟ ବାତ୍ୟାକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏଭଳି କହିଛନ୍ତି । ଗତକାଲି ସୃଷ୍ଟି ହୋଇଥିବା ଅବାପାତଟି କ୍ରମଶଃ ଉତ୍ତର ଉତ୍ତର ପୂର୍ବ ଦିଗରେ ଗତି କରୁଛି । ଆଜି ସକାଳେ ଏହା ଏକ ଗଭୀର ଅବପାତରେ ପରିଣତ ହୋଇଛି । ଏହା କ୍ରମଶଃ ଘନୀଭୂତ ହୋଇ ଆଜି ରାତି କିମ୍ବା କାଲି ସକାଳ ସୁଦ୍ଧା ଏହା ଘୂର୍ଣ୍ଣିବାତ୍ୟାରେ ପରିଣତ ହୋଇପାରେ । ବାତ୍ୟା ୧୮ ତାରିଖ ସକାଳେ ବାଂଲାଦେଶର ଖେପୁପୁରା ଏବଂ ମଙ୍ଗଳା ଅଞ୍ଚଳରେ ଉପକୂଳ ଅତିକ୍ରମ କରିବ । ପବନର ବେଗ ଅତି ବେଶୀରେ ଘଣ୍ଟା ପ୍ରତି 70ରୁ 80 କିମି ହୋଇପାରେ ।