ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ନିଯୁକ୍ତ
ଭୁବନେଶ୍ବର: ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ନିଯୁକ୍ତ । ରାଜ୍ୟ ସରକାର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇ୍ଆରସି) ଅଧ୍ୟକ୍ଷ ସୁରେଶ ମହାପାତ୍ରଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି। ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଆର୍.ବାଲକ୍ରୀଷ୍ଣନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଅତିରିକ୍ତ ଦାୟିତ୍ୱରୁ ଅବ୍ୟାହତି ମିଳିଛି। ଆର୍. ବାଲକ୍ରୀଷ୍ଣନ ପୂର୍ବ ଭଳି ସ୍ପେଶାଲ ଇନିସିଏଟିଭ୍ ମୁଖ୍ୟ ପରାମର୍ଶଦାତା ପଦବିରେ ରହିବେ। ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ସୁରେଶ ମହାପାତ୍ର ଗତ ଫେବ୍ରୁଆରି ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ପଦବିରୁ ଅବସର ନେଲା ପରେ ମାର୍ଚ୍ଚ ୧ ତାରିଖରେ ଓଇଆରସିର ଅଧ୍ୟକ୍ଷ ପଦବିରେ ନିଯୁକ୍ତ ହୋଇଥିଲେ।