ପଞ୍ଚୁକରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଆଜି ପଞ୍ଚୁକର ଦ୍ୱିତୀୟ ଦିନ। ଭକ୍ତଙ୍କୁ ବାଙ୍କଚୂଡ଼ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ବିଶ୍ୱାସ ରହିଛି ଶ୍ରୀଜିଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ଏଇ ପଞ୍ଚୁକ ଯାତ୍ରା। ଏହି ସମୟରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ।ତେଣୁ ଦର୍ଶନ ପାଇଁ ପୂର୍ବଦିନ ଅପେକ୍ଷା ପଞ୍ଚୁକରେ ଶ୍ରୀମନ୍ଦିରରେ ଅଧିକ ଭିଡ଼ ଦେଖିବାକୁ ମିଳୁଛି। ଭକ୍ତଙ୍କ ବ୍ୟାରିକେଡ୍ ଯନ୍ତ୍ରଣାର ଦୃଶ୍ୟ ବାରମ୍ବାର ସାମ୍ନାକୁ ଆସିବା ପରେ ପ୍ରଶାସନ ଦର୍ଶନ ବ୍ୟବସ୍ଥାରେ ସୁଧାର ଆଣିବାକୁ ତତ୍ପର ହୋଇଛି। ସେହିପରି ପଞ୍ଚୁକର ଦ୍ୱିତୀୟ ଦିନରେ ଆଠଗଡ଼ର ବାବା ଧବଳେଶ୍ୱର ଗଙ୍ଗାଧର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି।। ପଞ୍ଚୁକରେ ଧବଳେଶ୍ୱରଙ୍କ ଦର୍ଶନ ଲାଗି ଆଜି ସକାଳୁ ସକାଳୁ ଶ୍ରଦ୍ଧାଳୁମାନେ ଭିଡ଼ ଲଗାଇଛନ୍ତି। ପହିଲି ପଞ୍ଚୁକରେ ବାବା ଧବଳେଶ୍ୱର ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଇଥିଲେ। ଆଜି ଦ୍ୱିତୀୟ ଦିନରେ ମଧ୍ୟ ସ୍ୱତନ୍ତ୍ର ନୀତିକାନ୍ତି ରହିଛି। ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଆସନ୍ତାକାଲି ବଡ଼ଓଷାରେ ବଡ଼ସିଂହାର ସ୍ୱତନ୍ତ୍ର ବେଶରେ ଦର୍ଶନ ଦେବେ ବାବା ଧବଳେଶ୍ୱର।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ