ଆସୁଛନ୍ତି ରାଷ୍ଟ୍ରପତି: ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପୁଣି ଓଡ଼ିଶା ଗସ୍ତରେ ଆସି ସନ୍ଧ୍ୟା ୬ଟାରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ । ରାଜଭବନରେ ରାତ୍ରିଯାପନ କରିବା ପରେ ୨୭ ତାରିଖ ସକାଳେ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ପାରାଦୀପ ଯିବେ। ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଉଦ୍ଘାଟନ କରିବେ। ପାରାଦୀପରୁ ଅପରାହ୍ନରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେଠାରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଫେରିଯିବେ।