ଟନେଲରେ ଫସିଥିବା ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟରେ ବାଧା: ଉଦ୍ଧାର କାର୍ଯ୍ୟ ବିଳମ୍ଭ ହେବ
ଉତ୍ତରକାଶୀ ଟନେଲରେ ଫସିଥିବା ଶ୍ରମିକଙ୍କ ଉଦ୍ଧାରକାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି । ଅଗର ମେସିନର ବ୍ଲେଡ ଭାଙ୍ଗିଯିବାରୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛିଟନେଲ ଭିତରେ ଥିବା ସବୁ ଶ୍ରମିକ ସୁସ୍ଥ ଥିଲେ ମଧ୍ୟ ମେସିନ ଖରାପ ହୋଇଯିବାରୁ ସେମାନଙ୍କୁ ଉଦ୍ଧାର କରାଯାଇପାରିନାହିଁ । ଶ୍ରମିକଙ୍କ ସହ ଲଗାତାର ଯୋଗାଯୋଗରେ ଥିବା କହିଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି । ଯେତେ ସମୟ ଲାଗୁ ସେମାନଙ୍କୁ ଯେପରି ସୁରକ୍ଷିତ ଉଦ୍ଧାର କରାଯାଇପାରିବ ସେନେଇ ଶ୍ରମିକମାନେ କହିଥିବା କହିଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ । ପାହାଡର ଉପର ପଟୁ ସୁଡଙ୍ଗ କରି ଉଦ୍ଧାର ପାଇଁ ବିକଳ୍ପ ପନ୍ଥା ଆପଣାଇବାକୁ ନିଷ୍ପତି ନିଆଯାଇଛି । ସେପଟେ ଉଦ୍ଧାରକାର୍ଯ୍ୟରେ ସହାୟତା ପାଇଁ ହାଇଦ୍ରାବାଦରୁ ପ୍ଲାଜମା କଟର ଆସିଛି ।