ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏହି ଅବସରରେ ମହାପ୍ରଭୁ ରତ୍ନସିଂହାସନରେ ସୁନାବେଶରେ ଦର୍ଶନ ଦେବେ ଯାହାକୁ ନେଇ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗି ରହିଛି। ତେବେ ଆଜି ସନ୍ଧ୍ୟାରୁ ଆହୁରି ଭିଡ଼ ବଢିବା ନେଇ ଅନୁମାନ କରାଯାଉଛି। ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାତ୍ର ପହୁଡ଼ ନୀତି ନ କରିବାକୁ ନିଷ୍ପତି ନିଆଯାଇଛି। ଶ୍ରଦ୍ଧାଳୁ ମାନେ ବିଳମ୍ବିତ ରାତି ପର୍ୟ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ସେବାୟତଙ୍କ ସହ ଆଲୋଚନା ପରେ ଏଭଳି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ।ସେପଟେ ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ ଓ ଯାତାୟାତ ସୁବିଧା ଲାଗି ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିବା ଦେଖିବାକୁ ମିଳିଛି। ଏହି ସୁରକ୍ଷା କାର୍ୟ୍ୟରେ ୩୯ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଯେଉଁଥିରେ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ମଧ୍ୟ ନିୟୋଜିତ କରାଯାଇଛି । ୬ ଜଣ ଅତିରିକ୍ତ ଏସ୍ପି ଓ ଡେପୁଟି କମାଣ୍ଟାଣ୍ଟ, ୧୮ ଡିଏସ୍ପି ଓ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ, ୩୨ ଜଣ ଇନ୍ସପେକ୍ଟର ଓ ସବ୍ ଇନ୍ସପେକ୍ଟର, ୧୩୨ ଜଣ ଏସ୍ଆଇ ଓ ଏଏସ୍ଆଇ, ୧୯ ଜଣ ହାବିଲଦାର, ୧୬୭ ଜଣ କନଷ୍ଟେବଳ, ୫୪ ଜଣ ଟ୍ରାଫିକ କନଷ୍ଟେବଳ, ୪୩୨ ଜଣ ହୋମ୍ଗାର୍ଡ ନିୟୋଜିତ ହେବେ ।
Trending
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prev Post
Next Post