ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ

ଭୁବନେଶ୍ବର: ଆଜି କାର୍ତ୍ତିକ ମାସର ଶେଷ ଦିନରେ ପୁସ୍କରିଣୀରେ ଡଙ୍ଗା ଭସାଇଛନ୍ତି ଶ୍ରଦ୍ଧାଳୁ । ଓଡିଶା ସଂସ୍କୃତି ଓ ପରମ୍ପରାକୁ ମନେପକାଇ ଡଙ୍ଗା ଭସାଯାଇଛି । ଭୋରରୁ ଜଳାଶୟରେ ପରମ୍ପରା ପାଳନ କରାଯାଇଛି । ଆ କା ମା ବୈ ପାନଗୁଆ ଥୋଇ… ପାନ ଗୁଆ ତୋ’ର.. ମାସକ ଧରମ ମୋର । ପୁରୀ ମହୋଦଧୀ, ତୀର୍ଥ ପୁଷ୍କରିଣୀ, ଭୁବନେଶ୍ବର ବିନ୍ଦୁସାଗର, କଟକ ନଈପଠା ଓ ଯାଜପୁର ଦଶ୍ବାଶମେଧ ଘାଟ ପରି ଅନେକ ତୀର୍ଥ ସ୍ଥାନରେ ଡଙ୍ଗା ଭସାଇଛନ୍ତି ଶ୍ରଦ୍ଧାଳୁ । ସେପଟେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । ରାଜରାଜେଶ୍ବର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ  ।