ଆଗାମୀ ଦିନରେ ଏହା ଏକ ବଡ଼ ବାତ୍ୟାର ରୂପ ନେଇପାରେ । ତେଣୁ ଓଡ଼ିଶାକୁ ପୁଣି ଏକ ବାତ୍ୟା ଭୟ ଗାରିଛି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁସାରେ, ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ । ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।ତେବେ ଆଗାମୀ ସମୟରେ ଏହି ଲଘୁଚାପ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବାର ଯଥେଷ୍ଟ ସମ୍ଭାବନା ରହିଛି । ଆସନ୍ତା ୨୯ ତାରିଖ ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେଇପାରେ । ଏହାପରେ ଉତ୍ତରପଶ୍ଚିମ ଦିଗରେ ଗତି କରିବ ଏହି ଘୂର୍ଣ୍ଣିବଳୟ । ଆସନ୍ତା ୪୮ ଘଣ୍ଟାରେ ଏହା ବାତ୍ୟାର ମଧ୍ୟ ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି । ତେବେ ବର୍ତ୍ତମାନ ପାଣିପାଗ ବିଭାଗର ଏହି ରିପୋର୍ଟ ଓଡ଼ିଶାବାସୀଙ୍କୁ ଭୟରେ ପକାଇ ଦେଇଛି ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Next Post