ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ପାଇଁ ପଦକ୍ଷେପ ନେବା ସହିତ ମଠଗୁଡ଼ିକର ପୁନରୁଦ୍ଧାର, ଲାଣ୍ଡସ୍କେପିଂ କାମ ତ୍ୱରାନ୍ୱିତ କରିବା ପାଇଁ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।ଏହି ସମୀକ୍ଷା ଅବସରରେ ଶ୍ରୀ ପାଣ୍ଡିଆନ୍ ଦୋଳବେଦୀ ଅଞ୍ଚଳର ତ୍ଵରିତ ବିକାଶ, ଏମାର ମଠ, ପଞ୍ଜାବୀ ମଠ ଆଦିର ପୁନରୁଦ୍ଧାର ସହିତ ପରିକ୍ରମା ପ୍ରକଳ୍ପ ସମ୍ମୁଖ ଭାଗର ପେଣ୍ଟିଂ କାମ ଆଗେଇ ନେବାକୁ ପରାମର୍ଶ ଦେଇଥିଲେ। ଏହା ସହିତ ଭକ୍ତମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ପାଇଁ ମରିଚି କୋଟ ଛକ ଠାରୁ ଧାଡ଼ି ଆରମ୍ଭ ସହିତ ସିଂହଦ୍ଵାର ଠାରୁ ମରିଚି କୋଟ ଛକ ପର୍ଯ୍ୟନ୍ତ ବଡ଼ଦାଣ୍ଡର ଉଭୟ ପାର୍ଶ୍ଵରୁ ଭେଣ୍ଡିଂ ଜୋନ୍ ହଟାଇ ଅନ୍ୟତ୍ର ଥଇଥାନ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ।
Trending
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
Prev Post
Next Post