୧୦ ପ୍ରସ୍ତାବରେ ମୋହର ମାରିଲା ରାଜ୍ୟ କ୍ୟାବିନେଟ

ଭୁବନେଶ୍ବର: ଓଡ଼ିଶା ଜିଲ୍ଲା ଦେଓ୍ବାନି ଅଦାଲତ କିରାଣୀ ନିଯୁକ୍ତି ସର୍ତ୍ତାବଳୀ ଅଧିନିୟମ-୨୦୦୮ରେ ସଂଶୋଧନ ହେବ। ମୋଟ୍ ୧୦ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଂଜୁରୀ ମିଳିଛି । ଗୋପାଳପୁରରେ ହେବ ଶିଳ୍ପ କରିଡର। ଜଟଣୀ ଓ ଭୁବନେଶ୍ବର ତହସିଲ ଅଧିନରେ ଲିଜ୍ ସୂତ୍ରରେ ଜମି ନେଇଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବ। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମଂଜୁରୀ ମିଳିଛି। ଭୁବନେଶ୍ବର, ଜଟଣୀ ତହସିଲରେ ଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରିବା ନେଇ ଦୀର୍ଘ ଦିନରୁ ଦାବି ହୋଇ ଆସୁଥିଲା।ଏଥିସହ MSME ନୀତି -୨୦୨୨ ଓ ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨ରେ ହେବ ସଂଶୋଧନ। ମୋଟର ଯାନ ବକେୟା ଟିକସ ଓ ଜରିମାନାର ହେବ ଏକକାଳୀନ ପରିଷୋଧ କରାଯିବ। ପରିବହନ ବିଭାଗ ଏହି ପ୍ରସ୍ତାବକୁ କ୍ୟାବିନେଟ ମଂଜୁରୀ ମିଳିଛି ।