ନୀତା ଅମ୍ବାନୀଙ୍କୁ ସ୍ପୋର୍ଟ୍ସ ଲିଡର-ଅଫ୍‌-ଦି-ଇୟର ପୁରସ୍କାର

ନୂଆଦିଲ୍ଲୀ: ରିଲାଏନ୍ସ ଫାଉଣ୍ଡେସନ ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଭାରତରେ କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ପୋର୍ଟ୍ସ ଲିଡର-ଅଫ-ଦି-ଇୟର (ମହିଳା) ପୁରସ୍କାର ମିଳିଛି।  ନୂଆଦିଲ୍ଲୀରେ ଅନୁଷ୍ଠିତ ସିଆଇଆଇ ସ୍କୋରକାର୍ଡ଼ ୨୦୨୩ କାର୍ଯ୍ୟକ୍ରମରେ ତାଙ୍କୁ ସମ୍ମାନିତ ଓ ପୁରସ୍କୃତ କରାଯାଇଛି। ରିଲାଏନ୍ସ ଫାଉଣ୍ଡେସନ ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀ କହିଛନ୍ତି ‘‘ସିଆଇଆଇ ସ୍ପୋର୍ଟ୍ସ ବିଜିନେସ ଆୱାର୍ଡରେ ସ୍ପୋର୍ଟ୍ସ ଲିଡର-ଅଫ-ଦି-ଇୟର ପୁରସ୍କାର ଏବଂ କ୍ରୀଡାକୁ ପ୍ରୋତ୍ସାହନ ଦେଉଥିବା ଶ୍ରେଷ୍ଠ କର୍ପୋରେଟ ପୁରସ୍କାର ଗ୍ରହଣ କରି ମୁଁ ବେଶ ଗୌରବାନ୍ୱିତ ଅନୁଭବ କରୁଛି। କ୍ରୀଡ଼ା ଏକ ଅନନ୍ୟ ଏକତା ଓ ସମାନତା ସୃଷ୍ଟିକାରୀ ଏବଂ ଶକ୍ତି ପ୍ରଦାନକାରୀ ବୋଲି ମୋର ଦୃଢ଼ ବିଶ୍ୱାସ ରହିଛି। ୨୦୨୩ ବର୍ଷ ବାସ୍ତବରେ ଭାରତର କ୍ରୀଡ଼ା ଉତ୍କର୍ଷର ବର୍ଷ ହୋଇଛି। ବିବିଧ କ୍ରୀଡ଼ାରେ ମେଡାଲ ଜିତି ଓ ବିଜୟୀ ହୋଇ ଆମ ଆଥଲେଟ୍‌ମାନେ ବିଶ୍ୱସ୍ତରରେ ଦେଶର ଗୌରବ ବଢ଼ାଇଛନ୍ତି। ୧୪୧ତମ ଆନ୍ତର୍ଜାତିକ ଅଲମ୍ପିକ କମିଟି ଅଧିବେଶନ ମୁମ୍ବାଇରେ ଆୟୋଜିତ କରି ଆମେ ଅଲମ୍ପିକ୍‌ ଅଭିଯାନକୁ ୪୦ ବର୍ଷ ପରେ ଭାରତକୁ ନେଇଆସିଛୁ।