ମଧ୍ୟପ୍ରଦେଶର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ? ଆଜି ଜଣାପଡିବ । ଦଳ ପକ୍ଷରୁ ଘନ ଘନ ବୈଠକ କରାଯାଇଥିବା ବେଳେ ଆଜି ବିଧାୟକ ଦଳ ବସି ନେତା ନିର୍ବାଚନ କରିବ । ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ଼ରେ ବିଜେପି ବିପୁଳ ବିଜୟ ହାସଲ କରିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ସ୍ପଷ୍ଟ ହୋଇନାହିଁ। ଏଭଳି ସ୍ଥିତିରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ କହିଛନ୍ତି ସେ ମୁଖ୍ୟମନ୍ତ୍ରୀ ପଦ ଦୌଡ଼ରେ ନଥିଲେ କିମ୍ବା ଏବେ ମଧ୍ୟ ନାହାନ୍ତି। ସେ ନିଜକୁ ଦଳର ଜଣେ ସାଧାରଣ କର୍ମୀ ବୋଲି କହିବା ସହିତ ତାଙ୍କୁ ଦଳର ନେତୃତ୍ବ ଯେଉଁ ପଦବି ଦେବେ ସେ ସେଥିରେ କାର୍ଯ୍ୟ କରିବେ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନେତାଭାବେ ପାଇଥିବାରୁ ସେ ନିଜକୁ ଧନ୍ୟ ମନେ କରୁଛନ୍ତି ବୋଲି କହିଛନ୍ତି। ରାଜ୍ୟବାସୀ ଦଳକୁ ସ୍ପଷ୍ଟ ବହୁମତ ଦେଇଥିବାରୁ ସେ ଲୋକମାନଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।
Trending
- ସମ୍ବଲପୁରରୁ ଆସିଛି ବଡ଼ ଅଘଟଣ,ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାଆ ଝିଅଙ୍କୁ ବୀଭତ୍ସ ହତ୍ୟା
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ