ଇନ୍ଦିରା ଗାନ୍ଧି ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷର ଅନେକ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଜୁନିୟର ଆସିଷ୍ଟାଣ୍ଟ କମ୍ ଟାଇପିଷ୍ଟ ଓ ଷ୍ଟେନୋଗ୍ରାଫର ପଦରେ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଏଥିପାଇଁ ଜାନୁଆରୀ ମାସ ୧ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ୨୧ ତାରିଖରେ ସମାପ୍ତ ହେବ । ପ୍ରାର୍ଥୀମାନେ ୨୨ରୁ ୨୫ ତାରିଖ ମଧ୍ୟରେ ସେମାନଙ୍କର ଆପ୍ଲିକେସନ ଫର୍ମ ସଂଶୋଧନ କରିପାରିବେ । ପରବର୍ତ୍ତୀ ସମୟରେ ୱେବସାଇଟ୍ ଜରିଆରେ ପ୍ରାର୍ଥୀଙ୍କୁ ପରୀକ୍ଷା ତାରିଖ ବାବଦରେ ସୂଚିତ କରାଇ ଦିଆଯିବ । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ)ର ଶିଡ୍ୟୁଲ ମୁତାବକ ପ୍ରାର୍ଥୀମାନେ ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ।ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ଯୋଗ୍ୟତା ୧୮ ବର୍ଷ ରହିଥିବା ବେଳେ ଜୁନିୟର ଆସିଷ୍ଟାଣ୍ଟ କମ୍ ଟାଇପିଷ୍ଟ ପାଇଁ ସର୍ବାଧିକ ବୟସ ଯୋଗ୍ୟତା ୨୭ ବର୍ଷ ଓ ଷ୍ଟେନୋଗ୍ରାଫର ପାଇଁ ୩୦ ବର୍ଷ ରହିଛି । ବୟସ କୋହଳ ନିୟମ ମୁତାବକ ନିର୍ଦ୍ଧାରଣ କରାଯିବ । ଅଣସଂରକ୍ଷିତ (ୟୁଆର) ଓ ଅନ୍ୟ ପଛୁଆ ବର୍ଗ (ଓବିସି) ପ୍ରାର୍ଥୀଙ୍କ ପାଇଁ ଆବେଦନ ଫିସ୍ ୧୦୦୦ ଟଙ୍କା ରହିଥିବା ବେଳେ ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ), ମହିଳା ଓ ପିଡବ୍ଲ୍ୟୁବିଡି ପ୍ରାର୍ଥୀଙ୍କ ପାଇଁ ୬୦୦ ଟଙ୍କା ରହିଛି ।
Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Next Post