କତାରରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ଭାରତର ୮ ଜଣ ପୂର୍ବତନ ନୌସୈନିକଙ୍କୁ ଭେଟିଛନ୍ତି ଭାରତୀୟ ରାଷ୍ଟ୍ରଦୂତ। ଏହି ମାମଲାରେ ବୈଦେଶିକ ମନ୍ତ୍ରଣାଳୟ ଗୁରୁବାର କହିଛି ଯେ ଭାରତ ସରକାର ସମଗ୍ର ଘଟଣା ଉପରେ ନଜର ରଖିଛନ୍ତି। ସେଠାରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ସମସ୍ତ ୮ ଜଣଙ୍କୁ ଭେଟିଛନ୍ତି। ଏଥିସହିତ ଆବେଦନ ପରେ ଏ ପର୍ଯ୍ୟନ୍ତ କୋର୍ଟରେ ଦୁଇ ଥର ଶୁଣାଣି ହୋଇଛି।ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗ୍ଚି କହିଛନ୍ତି ଯେ କତାରରେ ୮ ଜଣ ପୂର୍ବତନ ନୌସୈନିକଙ୍କୁ ମୃତ୍ୟୁଦଣ୍ଡାଦେଶ ମାମଲାରେ ଆମର ଆବେଦନ ଉପରେ ଦୁଇ ଥର ଶୁଣାଣି ହୋଇଛି। ଆମେ ମାମଲା ଉପରେ ନଜର ରଖି ସମସ୍ତ ଆଇନଗତ ସହାୟତା ପ୍ରଦାନ କରୁଛୁ। ସେଠାରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଗତ ୩ ତାରିଖରେ ୮ ଜଣଙ୍କୁ ଭେଟିବା ପାଇଁ କନସୁଲାର ଆକ୍ସେସ୍ ମିଳିଛି। ଏହା ଏକ ସମ୍ବେଦନଶୀଳ ମାମଲା, କିନ୍ତୁ ଆମେ ଯାହା କରିପାରିବୁ, ତାହା କରିବୁ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post