ତେଲେଙ୍ଗାନା:ଅକବରୁଦ୍ଦିନ ତେଲଙ୍ଗାନା ବିଧାନସଭାର କାମଚଳା ବାଚସ୍ପତି। ଅସଦୁଦ୍ଦିନ ଓୱେସିଙ୍କ ଭାଇ ଅକବରୁଦ୍ଦିନଙ୍କୁ ବଡ଼ ଦାୟିତ୍ୱ । ସେ ସ୍ଥାୟୀ ବାଚସ୍ପତି ହେବା ଯାଏଁ ଗୃହ କାର୍ଯ୍ୟକୁ ପରିଚାଳନା କରିବେ । ସ୍ଥାୟୀ ବାଚସ୍ପତି ନିର୍ବାଚିତ ହେବା ପରେ ତାଙ୍କର କାର୍ଯ୍ୟକାଳ ଶେଷ ହେବ । ସେ ନବନିର୍ବାଚିତ ବିଧାୟକମାନଙ୍କୁ ଆଜି ପଦ ଓ ଗୋପନୀୟତାର ଶପଥ ପାଠ ମଧ୍ୟ କରାଇବେ । ତେଲଙ୍ଗାନା ବିଧାନସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତି । ତେଲଙ୍ଗାନା ବିଧାନସଭାରର ପ୍ରଥମ ଅଧିବେଶନରେ ସେ ବାଚସ୍ପତି ଭୂମିକାରେ ରହିବେ । ନୂଆ କରି ତେଲଙ୍ଗାନାରେ କ୍ଷମତା ଦଖଲ କରିଥିବା କଂଗ୍ରେସ, ସରକାର ଗଠନ କରିବା ପରେ ବିଧାନସଭାର ପ୍ରଥମ ଅଧିବେଶନ ବସିବ । ବିଧାନସଭା ଅଧିବେଶନର ପ୍ରଥମ ଦିନରେ ଗୃହକୁ ଅକବରୁଦ୍ଦିନ ଓୱେସି ପରିଚାଳନା କରିବେ । ଭାରତୀୟ ସମ୍ବିଧାନାର ଧାରା ୧୮୦ ଅନ୍ତର୍ଗତ କ୍ଲଜ ୧କୁ ବ୍ୟବହାର କରି ତେଲଙ୍ଗାନାର ରାଜ୍ୟପାଳ ଅକବରୁଦ୍ଦିନ ୱୱେସିଙ୍କୁ ବାଚସ୍ପତି ଭାବେ ନିଯୁକ୍ତି ଦେଇଛନ୍ତି ।
Trending
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
Next Post