ଆଜିଠୁ ଦେବ ଦୀପାବଳି
ଶ୍ରୀମନ୍ଦିରରେ ଦେବ ଦୀପାବଳିରେ ମହାପ୍ରଭୁ ତାଙ୍କର ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ସହିତ ଦୀପ ଦାନ କରିଥାନ୍ତି । ଦ୍ୱିପହର ଧୂପ ପରେ ମହାପ୍ରଭୁ ଶ୍ରାଦ୍ଧ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ସନ୍ଧ୍ୟାଧୁପ ପରେ ତିନୋଟି ମହାଦ୍ଵୀପ ବଡଦେଉଳ, ଜଗମୋହନ ଓ ଭୋଗମଣ୍ଡପକୁ ଉଠିବା ସହ ରତ୍ନସିଂହାସନ ଆଗରେ ଅରୁଆ ଚାଉଳରେ ଗଛଟିଏ କରାଯିବା ସହିତ ୨୮ଟି ଦ୍ୱିପ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଲାଗିବ। ଜୟବିଜୟ ଦ୍ୱାର ନିକଟରେ ମଧ୍ଯ ଚାଉଳ ଗଛ ସହ ଦୀପ ସମର୍ପଣ କରାଯିବ । ତିନି ଦିନ ଧରି ଏହି ଶ୍ରାଦ୍ଧ ପ୍ରଦାନ ପ୍ରଦାନ କରିବେ ମହାପ୍ରଭୁ । ଆଜି ପ୍ରଥମ ଦିନରେ କଶ୍ୟପ ଏବଂ ଅଦିତିଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ପ୍ରଦାନ କରାଯିବ ।