ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ପୁରୀର ସବୁ ଘରେ ଦୀପଦାନ ହେବ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ପୁରୀର ସବୁ ଘରେ ଦୀପଦାନ ହେବ  । ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଚାଲିଛି । ପ୍ରଶାସନ ପ୍ରକଳ୍ପ କାର୍ଯ୍ୟ ସାରିବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ କରୁଛି ।  ଅତ୍ୟନ୍ତ ଭବ୍ୟ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ । ଶ୍ରୀଜଗନ୍ନାଥ ବଲ୍ଲଭ ପିଲିଗ୍ରୀମ ସେଣ୍ଟର ଠାରେ ସ୍ବତନ୍ତ୍ର ପ୍ରଦର୍ଶନୀ କରାଯିବ । ଏହାସହ ଶ୍ରୀମନ୍ଦିର ଐତିହ୍ୟକୁ ନେଇ ଲେଜ଼ର ଶୋ କରାଯିବାକୁ ଲକ୍ଷ୍ଯ ରଖାଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବସିଥିବା ଛତିଶା ନିଯୋଗ ବୈଠକରେ ଏନେଇ ହୋଇଛି ସବିଶେଷ ଆଲୋଚନା ।  ଜାନୁଆରୀ ୧୭ ତାରିଖରେ ହେବାକୁ ଥିବା ଶ୍ରୀମନ୍ଦିର ଲୋକାର୍ପଣ ଉତ୍ସବକୁ ସଫଳ କରିବାକୁ ସମସ୍ତଙ୍କ ସହଯୋଗ କାମନା କରାଯାଇଛି । ପୁରୀର ସବୁ ଘରେ ଦୀପଦାନ ପାଇଁ ନିବେଦନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଗତ ୮ ତାରିଖରେ ଅନୁଷ୍ଠିତ ନୀତି ସବ୍ କମିଟି ବୈଠକରେ ପହିଲି ଭୋଗ, ଧନୁ ସଂକ୍ରାନ୍ତି ନେଇ ହୋଇଥିବା ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗ ମୋହର ମାରିଛି । ଭୋର 2 ଟାରୁ ଦ୍ବାରଫିଟା ନୀତି କରାଯିବ ।