ଗଞ୍ଜାମ: ଦୁଇଦିନିଆ ଗଞ୍ଜାମ ଗସ୍ତରେ 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ପ୍ରଥମ ଦିନରେ ହିଞ୍ଜିଳିକାଟୁ ଓ ଶେରଗଡ଼ ବ୍ଲକରେ ବିକାଶର ସମୀକ୍ଷା କରିଛନ୍ତି । ରୂପାନ୍ତରିତ କଲେଜ ବୁଲିବା ସହ ନୂଆ ଓ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉପଯୋଗୀ ପରାମର୍ଶ ଦେଇଛନ୍ତି । ଶେରଗଡ଼ରେ ମିଶନଶକ୍ତି ମାଆ ଓ ଚାଷୀଙ୍କୁ ଭେଟି ଆଲୋଚନା କରିଛନ୍ତି କାର୍ତ୍ତିକ ପାଣ୍ଡିଆନ ।ଅପରାହ୍ନରେ କାର୍ତ୍ତିକ ପାଣ୍ଡିଆନ ପ୍ରଥମେ ହିଞ୍ଜିଳିକାଟୁ ଗସ୍ତରେ ଯାଇ ପୋଚିଲିମା ଖମ୍ବେୟା ଦୋରା ଜୁନିୟର ବିଜ୍ଞାନ ମହାବିଦ୍ୟାଳୟର ରୂପାନ୍ତରୀକରଣ କାର୍ଯ୍ୟର ସମୀକ୍ଷା କରିଥିଲେ । ଏଥିପାଇଁ ୧୮୧.୨୩ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି । ଏହି ରୂପାନ୍ତର ଠିକ୍ ସମୟରେ ଶେଷ ହୋଇ ଥିବାରୁ ସେ ଅଧିକାରୀଙ୍କୁ ଧନ୍ୟବାଦ ଦେଇଥିଲେ । ସେଠାରୁ ସାରୁ ଛକ ଓ ମକରଝୋଳ ଛକ ଦେଇ ଗସ୍ତ କରିବା ବେଳେ ବିପୁଳ ସଂଖ୍ୟାରେ ସ୍ଥାନୀୟ ବାସିନ୍ଦା ଉତ୍ସାହର ତାଙ୍କୁ ସ୍ବାଗତ କରିଥିଲେ । ବ୍ରହ୍ମପୁରରେ ପହଞ୍ଚି ମା’ ବୁଢୀ ଠାକୁରାଣୀ ମନ୍ଦିରରେ ପହଞ୍ଚି ଥିଲେ । ଓଡିଶା ସରକାରଙ୍କ ସ୍ଥାପତ୍ୟ ଓ କୀର୍ତ୍ତିରାଜିର ସୁରକ୍ଷା ନିମନ୍ତେ ଉଦ୍ଦିଷ୍ଟ କାର୍ଯ୍ୟକ୍ରମରେ ମା’ ବୁଢୀ ଠାକୁରାଣୀ ମନ୍ଦିର ଉନ୍ନତିକରଣ କାର୍ଯ୍ୟ ସହ ମୁଖ୍ୟ ଫାଟକ, ପୂଜାରୀ କକ୍ଷ, ଦୋକାନ ଗୃହ, ବହୁବିଧ ଗୃହର ନିର୍ମାଣ ସହିତ ପାରିପାର୍ଶ୍ବିକ ଉନ୍ନତି କିଭଳି କରାଯିବ ତାହାର ସମୀକ୍ଷା କରି କାମ ଶୀଘ୍ର ତ୍ବରାନ୍ବିତ କରିବାକୁ ସଂପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post