ଓଡିଶା ବିଜେପିର ନେତା ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ନିଜର ସଂକୀର୍ଣ୍ଣ ରାଜନୈତିକ ସ୍ୱାର୍ଥକୁ ଚରିତାର୍ଥ କରିବାକୁ ଅଭ୍ୟାସଗତ ଭାବେ ମିଥ୍ୟା ଓ ବିଭ୍ରାନ୍ତିକର ଅଭିଯୋଗ କରି ଓଡିଶାକୁ ବଦନାମ କରୁଛନ୍ତି । ଏଭଳି ଭାବେ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର । ଓଡିଶା ଯେତେ ବେଳେ ଦୁଇ ଥର ହକି ବିଶ୍ୱକପ୍ ଆୟୋଜନ କରିଥିଲା, ବିତ୍ତୀୟ ପରିଚାଳାନା ଓ ଋଣହାର ପରିଚାଳନାରେ ଦେଶରେ ୧ ନମ୍ବର ସ୍ଥାନ ହାସଲ କରିଥିଲା, ସେତେ ବେଳେ ଭାରତୀୟ ରିଜର୍ଭ ବ୍ୟାଙ୍କ ଓଡିଶାକୁ ପ୍ରଶଂସା କରିଥିଲା । ଏକାଧିକ ରୂପାନ୍ତରଣ କାର୍ଯ୍ୟ ହେଉ ବା ବିପର୍ଯ୍ୟୟ ମୁକାବିଲା ପାଇଁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଓଡିଶା ପ୍ରଶଂସିତ ହୋଇଛି । ହେଲେ ଓଡିଶା ବିଜେପିର ନେତା ଏବଂ ଧର୍ମେନ୍ଦ୍ର ପ୍ରଧାନ କେବେ ଏସବୁ ଉପଲବ୍ଧିକୁ ପ୍ରଶଂସା କରି ନଥିଲେ । ସେମାନଙ୍କ ପାଇଁ ରାଜନୀତି ପ୍ରଥମ, ଓଡିଶା ପଛ । ସବୁବେଳେ ସେମାନେ ଚେଷ୍ଟା କରିଥାଆନ୍ତି କେମିତି ତଥ୍ୟକୁ ଗୋଳମାଳିଆ କରି ଉପସ୍ଥାପନ କରିବେ । ଓଡିଶାକୁ ବଦନାମ କରିବେ । ଯେତେବେଳେ ପୁରା ଓଡିଶା, ରାଜ୍ୟରେ ଚାଲିଥିବା ଭଲ କାର୍ଯ୍ୟ ପାଇଁ ଗର୍ବ କରୁଛି ସେତେବେଳେ ଧର୍ମେନ୍ଦ୍ର ପ୍ରଧାନ ବିବ୍ରତ ହୋଇ ପଡୁଛନ୍ତି ।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Prev Post