ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସ ମାତ୍ର ୬୬ଟି ଆସନରେ ଜିତିଥିବାବେଳେ ଛତିଶଗଡ଼ରେ ୩୫ଟି ଆସନରେ ବିଜୟୀ ହୋଇଥିଲା । ଏହି ଦୁଇଟି ରାଜ୍ୟରେ ଭାଜପା ଯଥାକ୍ରମେ ୧୬୩ଟି ଓ ୫୪ଟି ଆସନରେ ବିଜୟୀ ହୋଇ ସରକାର ଗଢିଛି । ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ପରାଜୟ ପରେ କଂଗ୍ରେସ ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରିଛି। ଦଳ କମଲନାଥଙ୍କୁ ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ବଦଳାଇ ଜିତୁ ପାଟୱାରୀଙ୍କୁ ନୂଆ ସଭାପତି ଭାବେ ନିଯୁକ୍ତ କରିଛି। ଉମଙ୍ଗ ସିଂହାରଙ୍କୁ ବିରୋଧୀ ଦଳ ନେତା ଓ ହେମନ୍ତ କଟାରେଙ୍କୁ ବିରୋଧୀ ଦଳ ଉପନେତା ଦାୟିତ୍ୱ ଦିଆଯାଇଛି। ପୂର୍ବରୁ ଗୋବିନ୍ଦ ସିଂହ ବିରୋଧୀ ଦଳ ନେତା ଥିଲେ।ଛତିଶଗଡ଼ରେ ପୂର୍ବତନ ବିଧାନସଭା ବାଚସ୍ପତି ଚରଣ ଦାସ ମହନ୍ତଙ୍କୁ ବିରୋଧୀ ଦଳ ନେତା ଭାବେ ନିଯୁକ୍ତ କରିଛି କଂଗ୍ରେସ । ଦୀପକ ବୈଜଙ୍କୁ ରାଜ୍ୟ ସଭାପତି ଭାବେ ବଜାୟ ରଖାଯାଇଛି। ଖାସ୍ କଥା ହେଉଛି ଛତିଶଗଡ଼ରେ ବିଜେପିର ଆଦିବାସୀ ମୁଖ୍ୟମନ୍ତ୍ରୀ କାର୍ଡର ଜବାବରେ କଂଗ୍ରେସ ଉଭୟ ବିରୋଧୀ ଦଳ ନେତା ଓ ଆଦିବାସୀ ସମାଜରୁ ରାଜ୍ୟ ସଭାପତି କରିଛି।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ