କେଜ୍ରିୱାଲଙ୍କୁ ପୁଣି ଥରେ ଇଡି ସମନ କରିଛି । ମଦ ଦୁର୍ନୀତି ମାମଲାରେକେଜ୍ରିୱାଲଙ୍କୁ ପୁଣି ED ସମନ କରିବାକୁ ନେଇ ରାଜନୀତି ଜୋର ଧରିଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ୍ ଆବାହକ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ପୁଣି ଥରେ ସମନ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଡିସେମ୍ବର ୨୧ରେ ତାଙ୍କୁ ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ନୋଟିସ୍ କରାଯାଇଛି। ପୂର୍ବରୁ ମଧ୍ୟ ନଭେମ୍ବର ୨ରେ ହାଜର ହେବାକୁ ଇଡି ତାଙ୍କୁ ନୋଟିସ୍ କରିଥିଲା । ତେବେ ଏହି ନୋଟିସକୁ ଅସ୍ପଷ୍ଟ, ଉଦ୍ଦେଶ୍ୟମୂଳକ ଓ ବେଆଇନ ଦର୍ଶାଇ ହାଜର ହୋଇନଥିଲେ କେଜ୍ରିୱାଲ। ତେଣୁ ଇଡି ତାଙ୍କୁ ପୁଣି ଥରେ ସମନ କରିଛି । ସୂଚନା ଯୋଗ୍ୟ ଯେ, ବହୁ ଚର୍ଚ୍ଚିତ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆପ୍ ଦଳର ଦୁଇ ପ୍ରମୁଖ ନେତା ମନୀଶ ସିସୋଦିଆ ଏବଂ ସଞ୍ଜୟ ସିଂ ଗିରଫ ହୋଇସାରିଛନ୍ତି ।
Trending
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
Prev Post
Next Post