ରାଜ୍ୟକୁ ବିକାଶମୁହାଁ କରାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା ପ୍ରୟାସ କରି ଆସିଛନ୍ତି । ଏହି ମର୍ମରେ ରାଜ୍ୟରେ ୧୧,୯୬୯ ଜଣ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି । ୧୪୮୨ କୋଟିର ୭ଟି ପ୍ରକଳ୍ପକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି । ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ଶିଳ୍ପ ଓ ରୂପାନ୍ତରଣ ଆଡ଼କୁ ପୁଣି ଏକ ପାଦ ବଢ଼ାଇଛନ୍ତି ରାଜ୍ୟ ସରକାର ।ସୂଚନା ମୁତାବକ, ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ୧୪୮୨.୫୩ କୋଟି ଟଙ୍କା ମୂଲ୍ୟ ବିଶିଷ୍ଟ ୭ଟି ଶିଳ୍ପ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏହି ଶିଳ୍ପ ପ୍ରସ୍ତାବ କାର୍ଯ୍ୟକାରୀ ହେବା ଫଳରେ ରାଜ୍ୟରେ ୧୧,୯୬୯ ବା ପାଖାପାଖି ୧୨ ହଜାର ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।ତେବେ ଅନୁମୋଦନ ମିଳିଥିବା ୭ଟି ଶିଳ୍ପ ପ୍ରସ୍ତାବ ମଧ୍ୟରେ ବୟନ, ରାସାୟନିକ, ଖଣି, ଇସ୍ପାତ, ବାୟୋଗ୍ୟାସ ଏନର୍ଜି ଆଦି କ୍ଷେତ୍ର ରହିଛି । ରାଜ୍ୟର ବାଲେଶ୍ୱର, ରାୟଗଡ଼ା, ଯାଜପୁର, ଖୋର୍ଦ୍ଧା, କେନ୍ଦୁଝର, ଗଞ୍ଜାମ, ସୁନ୍ଦରଗଡ଼ ଆଦି ଜିଲ୍ଲାମାନେଙ୍କରେ ଏହି ସବୁ ଶିଳ୍ପ ପ୍ରକଳ୍ପ କାର୍ଯ୍ୟକାରୀ ହେବ ବୋଲି ନିଷ୍ପତ୍ତି ନିଆଯାଇଛି । ଖୋର୍ଦ୍ଧାରେ ୨୧୪ କୋଟି ନିବେଶ କରି ଏମଏଏସ ଉଦ୍ୟତ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ବୟନ ଶିଳ୍ପ ପ୍ରତିଷ୍ଠା କରିବା ଫଳରେ ସେଠାରେ ୮୮୪୪ ଜଣଙ୍କୁ ନିଯୁକ୍ତି ମିଳିବ । ସେହିପରି କେନ୍ଦୁଝରରେ ୮୦୦ କୋଟି ନିବେଶ କରି ଟେକ୍ ଏଆଇସି ଡିଆରଆଇ ପେଲେଟ୍ସ ପ୍ରାଇଭେଟ ଲିମିଟେଡ ୨୦୧୩ ଜଣଙ୍କୁ ନିଯୁକ୍ତି ଦେବ ।
Trending
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
Next Post