୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଏହାର ସଂଗଠନରେ ବଡ଼ ଅଦଳବଦଳ କରିଛି । ଶନିବାର ଦଳ ଛତିଶଗଡ଼ର ପ୍ରଭାରୀ ଭାବେ ସଚିନ ପାଇଲଟଙ୍କୁ ଏବଂ ପ୍ରିୟଙ୍କା ଗାନ୍ଧୀଙ୍କୁ ଅବିନାଶ ପାଣ୍ଡେଙ୍କ ସ୍ଥାନରେ ୟୁପିର ପ୍ରଭାରୀ ଦାୟିତ୍ୱ ଦିଆଯାଇଛି । ସେହିପରି ଅଶୋକ ଗେହଲଟଙ୍କୁ ନ୍ୟସନାଲ ଏଲାୟନ୍ସ କମିଟିରେ ସାମିଲ କରାଯାଇଛି । ଅପରପକ୍ଷରେ କଂଗ୍ରେସ ସଂଗଠନରେ ଏହି ଅଦଳବଦଳକୁ ନେଇ ଅନେକ କଳ୍ପନାଜଳ୍ପନା କରାଯାଉଛି । ଚଳିତ ବର୍ଷ ବିଧାନସଭା ନିର୍ବାଚନରେ ରାଜସ୍ଥାନରେ କଂଗ୍ରେସ ପରାଜିତ ହୋଇଥିବା ପଛରେ ପାଇଲଟ ଓ ଗେହଲଟଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦକୁ ଦାୟି କରାଯାଉଛି । ଏହା ବ୍ୟତୀତ ଆଗାମୀ ଲୋକସଭା ନିର୍ବାଚନରେ ଦୁହିଙ୍କୁ ନେଇ ଦଳ କୌଣସି ରିସ୍କ ନେବାକୁ ଚାହୁଁନି । ସେଥିପାଇଁ ପାଇଲଟ ଏବଂ ଗେହଲଟଙ୍କୁ ରାଜସ୍ଥାନ ବାହାରେ ଦାୟିତ୍ୱ ଦିଆଯାଇଛି ।ରାଜସ୍ଥାନରେ କଂଗ୍ରେସ କ୍ଷମତାରେ ଥିବା ସମୟରେ ଗେହଲଟ ଏବଂ ପାଇଲଟଙ୍କ ମଧ୍ୟରେ ଗାଦିକୁ ନେଇ ଜବରଦସ୍ତ ପ୍ରତିଦ୍ୱନ୍ଦିତା ଦେଖିବାକୁ ମିଳୁଥିଲା । ପରିମାଣ ସ୍ୱରୂପ ଦୁହିଙ୍କ ମଧ୍ୟରେ ବିବାଦ ବୃଦ୍ଧି ପାଇଥିଲା ।
Trending
- ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
Prev Post
Next Post