ବଲାଙ୍ଗୀର: ବଲାଙ୍ଗୀରରେ ଡାକ୍ତରଙ୍କୁ ମାଡ ମାରିଲେ ଦୁର୍ବୃତ୍ତ । ମହିଳା ରୋଗୀଙ୍କ ସ୍ବାମୀ ଓ କିଛି ଯୁବକ, ଡାକ୍ତରଙ୍କୁ ରାସ୍ତାରେ ଅଟକାଇ ମରଣାନ୍ତକ ଆକ୍ରମଣ କରିଛନ୍ତି । ଡାକ୍ତର ବିଶ୍ବରଞ୍ଜନ ସ୍ବାଇଁ ମେଡିକାଲ କଲେଜ ହସ୍ପିଟାଲରୁ ଓପିଡି ସାରି ହଷ୍ଟେଲକୁ ଫେରୁଥିବା ବେଳେ ଶାନ୍ତିପଡ଼ାରେ ତାଙ୍କୁ ଆକ୍ରମଣ ହୋଇଥିଲା। କାଚ ବୋତଲ ଓ ଲୁହା ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରି ଦୁର୍ବୃତ୍ତମାନେ ଫେରାର୍ ହୋଇଯାଇଛନ୍ତି । ଗୁରୁତର ଅବସ୍ଥାରେ ଡାକ୍ତରକୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ଡାକ୍ତରଙ୍କୁ ଆକ୍ରମଣ ପ୍ରତିବାଦରେ ମେଡିକାଲରେ ଡାକ୍ତର କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି । ମୁଖ୍ୟ ଫାଟକ ଆଗରେ ଡାକ୍ତରମାନେ ଆନ୍ଦୋଳନ କରିଛନ୍ତି । ଯାହାକୁ ନେଇ ଡାକ୍ତରଖାନାରେ ରୋଗୀସେବା ବ୍ୟାହତ ହୋଇଛି । ଏହି ଘଟଣାରେ ବଲାଙ୍ଗୀର ଟାଉନ୍ ଥାନା ପୋଲିସ ଦୁଇ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି । ମୁଖ୍ୟ ଅଭିଯୁକ୍ତ ଫେରାର୍ ହୋଇଯାଇଥିବା ଜଣାପଡିଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post