ରାଜ୍ୟରେ ଲଗାତାର ବଢୁଛି ତାପମାତ୍ରା, କମୁଛି ଶୀତ । ବିଭିନ୍ନ ସ୍ଥାନରେ ତାପମାତ୍ରା ସ୍ବାଭାବିକ ସ୍ଥିତିକୁ ଫେରୁଛି । ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ବହୁଥିବା ଥଣ୍ଡା ପବନର ପ୍ରଭାବ କମିବା ସହ ପୂର୍ବାଳୀ ଗରମ ଶୁଷ୍କ ପବନ ପ୍ରବାହ ବଢିଛି । ବାୟୁମଣ୍ଡଳରେ ଜଳୀୟବାଷ୍ପରର ପରିମାଣ ବୃଦ୍ଧି ହେବା ସହ ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ବୃଦ୍ଧି ହୋଇଛି । ଫଳରେ ଜାଡ କମିବା ସହ ଘନ କୁହୁଡି ଦେଖାଦେଉଛି ।ଆସନ୍ତା ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ରହିବ । ଫଳରେ ଏପରି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ବିଭିନନ୍ନ ଜିଲ୍ଲା ଘନ କୁହୁଡ଼ି ନେଇ ସତର୍କତା ଜାରି କରାଯାଇଛି । ଆଜି ପାଇଁ ୧୬ଜିଲ୍ଲାରେ ଘନ କୁହୁଡ଼ି ପଡ଼଼ିବା ନେଇ ସତର୍କତା ଜାରି ହୋଇଛି । ଏହିସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ଦୃଶ୍ୟମାନ ଦୂରତା ରହିବ ।
Trending
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post