ରାଜ୍ୟରେ ଲଗାତାର ବଢୁଛି ତାପମାତ୍ରା, କମୁଛି ଶୀତ । ବିଭିନ୍ନ ସ୍ଥାନରେ ତାପମାତ୍ରା ସ୍ବାଭାବିକ ସ୍ଥିତିକୁ ଫେରୁଛି । ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ବହୁଥିବା ଥଣ୍ଡା ପବନର ପ୍ରଭାବ କମିବା ସହ ପୂର୍ବାଳୀ ଗରମ ଶୁଷ୍କ ପବନ ପ୍ରବାହ ବଢିଛି । ବାୟୁମଣ୍ଡଳରେ ଜଳୀୟବାଷ୍ପରର ପରିମାଣ ବୃଦ୍ଧି ହେବା ସହ ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ବୃଦ୍ଧି ହୋଇଛି । ଫଳରେ ଜାଡ କମିବା ସହ ଘନ କୁହୁଡି ଦେଖାଦେଉଛି ।ଆସନ୍ତା ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ରହିବ । ଫଳରେ ଏପରି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ବିଭିନନ୍ନ ଜିଲ୍ଲା ଘନ କୁହୁଡ଼ି ନେଇ ସତର୍କତା ଜାରି କରାଯାଇଛି । ଆଜି ପାଇଁ ୧୬ଜିଲ୍ଲାରେ ଘନ କୁହୁଡ଼ି ପଡ଼଼ିବା ନେଇ ସତର୍କତା ଜାରି ହୋଇଛି । ଏହିସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ଦୃଶ୍ୟମାନ ଦୂରତା ରହିବ ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post