ପଦ୍ମପୁର: ଶେଷରେ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ରଖିଛନ୍ତି । ପଦ୍ମପୁରବାସୀଙ୍କ ଜିଲ୍ଲା ସ୍ବପ୍ନ ପୂରଣ ହେବାକୁ ଯାଉଛି । ପ୍ରଥମ ADM ଭାବେ ପଦ୍ମପୁରରେ ନିଯୁକ୍ତି ପାଇଲେ ଚଭନ କୁନାଲ ମୋତିରାମ । ପଦ୍ମପୁରରେ ନିଯୁକ୍ତ ହେଲେ ପ୍ରଥମ ADM। ଏଡିଏମ ପଦବୀକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଭନ କୁନାଲ ମୋତିରାମଙ୍କୁ ପଦ୍ମପୁରର ପ୍ରଥମ ADM ଭାବେ ନିଯୁକ୍ତି ମିଳିଛି । ଚଭନ କୁନାଲ ଏବେ ବାଲେଶ୍ବରରେ ସବ-କଲେକ୍ଟର ଅଛନ୍ତି । ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବାବେଳେ ଏଥିପାଇଁ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି। ପଦ୍ମପୁରରେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥାପନ ପାଇଁ ସ୍ଥାନ ଚିହ୍ନଟ ହୋଇଛି । ଆରଡିସି ସୁରେଶ ଚନ୍ଦ୍ର ଦଳାଇ ପଦ୍ମପୁରରେ ପହଞ୍ଚି ବିଭିନ୍ନ ସ୍ଥାନ ବୁଲି ଦେଖିଥିଲେ । RDCଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଜମି ନିରୂପଣରେ ସାମିଲ ହୋଇଥିଲେ । ଉପଜିଲ୍ଲାପାଳ ଓ ଆରଆଇଙ୍କ ଉପସ୍ଥିତିରେ ୩ଟି ସ୍ଥାନ ପରିଦର୍ଶନ କରି ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି । ଜିଲ୍ଲା ଗଠନ ପ୍ରକ୍ରିୟା ତ୍ବରାନ୍ବିତ ହୋଇଥିବାରୁ ପଦ୍ମପୁରବାସୀଙ୍କ ମନରେ ଉତ୍ସାହ ଦେଖାଦେଇଛି। ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି ତାହା କରିକି ଦେଖାନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ପଦ୍ମପୁରବାସୀ ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା