ପଦ୍ମପୁର: ଶେଷରେ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ରଖିଛନ୍ତି । ପଦ୍ମପୁରବାସୀଙ୍କ ଜିଲ୍ଲା ସ୍ବପ୍ନ ପୂରଣ ହେବାକୁ ଯାଉଛି । ପ୍ରଥମ ADM ଭାବେ ପଦ୍ମପୁରରେ ନିଯୁକ୍ତି ପାଇଲେ ଚଭନ କୁନାଲ ମୋତିରାମ । ପଦ୍ମପୁରରେ ନିଯୁକ୍ତ ହେଲେ ପ୍ରଥମ ADM। ଏଡିଏମ ପଦବୀକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଭନ କୁନାଲ ମୋତିରାମଙ୍କୁ ପଦ୍ମପୁରର ପ୍ରଥମ ADM ଭାବେ ନିଯୁକ୍ତି ମିଳିଛି । ଚଭନ କୁନାଲ ଏବେ ବାଲେଶ୍ବରରେ ସବ-କଲେକ୍ଟର ଅଛନ୍ତି । ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବାବେଳେ ଏଥିପାଇଁ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି। ପଦ୍ମପୁରରେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥାପନ ପାଇଁ ସ୍ଥାନ ଚିହ୍ନଟ ହୋଇଛି । ଆରଡିସି ସୁରେଶ ଚନ୍ଦ୍ର ଦଳାଇ ପଦ୍ମପୁରରେ ପହଞ୍ଚି ବିଭିନ୍ନ ସ୍ଥାନ ବୁଲି ଦେଖିଥିଲେ । RDCଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଜମି ନିରୂପଣରେ ସାମିଲ ହୋଇଥିଲେ । ଉପଜିଲ୍ଲାପାଳ ଓ ଆରଆଇଙ୍କ ଉପସ୍ଥିତିରେ ୩ଟି ସ୍ଥାନ ପରିଦର୍ଶନ କରି ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି । ଜିଲ୍ଲା ଗଠନ ପ୍ରକ୍ରିୟା ତ୍ବରାନ୍ବିତ ହୋଇଥିବାରୁ ପଦ୍ମପୁରବାସୀଙ୍କ ମନରେ ଉତ୍ସାହ ଦେଖାଦେଇଛି। ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି ତାହା କରିକି ଦେଖାନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ପଦ୍ମପୁରବାସୀ ।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ