ଓଡିଶା ଲୋକସେବା ଆୟୋଗ(ଓପିଏସସି) ଦ୍ୱାରା ପରିଚାଳିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର ରେ ମୋଟ ୭୮୭ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ୨୦୨୨ ମସିହା ଅଗଷ୍ଟ ୨୭ ତାରିଖରୁ ଡିସେମ୍ବର ୪ ତାରିଖ ପର୍ୟ୍ୟନ୍ତ ହୋଇଥିବା ସାକ୍ଷାତାକର ଏବଂ ପ୍ରମାଣପତ୍ର ଯାଞ୍ଚ ପରେ ଶନିବାର ଚୂଡାନ୍ତ ତାଲିକା ପ୍ରକାଶ ପାଇଛି । ଚଳିତ ଏଏସଓ ପରୀକ୍ଷାରେ ସମୀର ପାତ୍ର ଟପ୍ପର ହୋଇଛନ୍ତି । ଓପିଏସସି କର୍ତ୍ତୃପକ୍ଷ ୨୦୨୨ ଅଗଷ୍ଟ ୨୭ ତାରିଖରେ ୭୯୬ଟି ଏଏସଓ ପଦବୀ ନିମନ୍ତେ ଲିଖିତ ପରୀକ୍ଷା କରିଥିଲେ । ଏଥିରେ ଯୋଗ୍ୟ ବିବେଚିତ ପିଲାଙ୍କର ଦକ୍ଷତା ପରୀକ୍ଷା ହୋଇଥିଲା । ପ୍ରଥମ ଷ୍ଟେଜରେ ୪ଟି ପେପରରେ ୪ ଶହ ମାର୍କର ପରୀକ୍ଷା ହୋଇଥିଲା । ତେବେ ପ୍ରଥମ ଷ୍ଟେଜରୁ ଦେଢ଼ ଗୁଣା ପିଲାଙ୍କୁ ଚୟନ କରାଯାଇଥିଲା । ଚଳିତ ଥର ଦେଢ଼ ଲକ୍ଷ ପିଲା ପରୀକ୍ଷା ଦେଇଥିଲେ । ୮ଶହ ପୋଷ୍ଟ ଥିବାରୁ ସେମାନଙ୍କ ମଧ୍ୟରୁ ମୋଟ ୧୧୦୪ଜଣଙ୍କୁ ସ୍କିଲ ଟେଷ୍ଟ ଓ ଚୂଡ଼ାନ୍ତ ଦସ୍ତାବିଜ ଯାଞ୍ଚ ନିମନ୍ତେ ଡକାଯାଇଥିଲା ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ