ଆସନ୍ତା ସାଧାରଣତନ୍ତ୍ର ଦିବସ ପରେଡ଼ରେ ଓଡ଼ିଶାର ମେଢ ଏଥର ସ୍ଥାନ ପାଇବ । ଗତ ତିନି ବର୍ଷ ଓଡ଼ିଶାର ମେଢ଼ ସ୍ଥାନ ପାଇନଥିଲା । ଏଥର ଥିମ ବିଚାରକଙ୍କ ମନକୁ ପାଇଛି । ବିକଶିତ ଭାରତ ଥିମ୍କୁ ନେଇ ଓଡ଼ିଶା ପକ୍ଷରୁ ୪ଟି ଡିଜାଇନ ଦିଆଯାଇଥିଲା। ଏଥିରେ ରଘୁରାଜପୁର ଗ୍ରାମର ଡିଜାଇନକୁ କେନ୍ଦ୍ର ବିଚାରକ ମଣ୍ଡଳି ମୋହର ମାରିଛି। ଏହାସହିତ ସମ୍ବଲପୁରୀ ନୃତ୍ୟକୁ ମଧ୍ୟ ଏଥିରେ ପରିବେଷଣ କରାଯିବ। ରଘୁରାଜପୁରର ଶିଳ୍ପୀମାନେ କିପରି ଅନାବଶ୍ୟକ ସାମଗ୍ରୀରୁ ବିଭିନ୍ନ କଳାକୃତି ପ୍ରସ୍ତୁତ କରି ବିକଶିତ ହୋଇଛନ୍ତି ଏବଂ ରଘୁରାଜପୁରର ଏହି କଳା କିଭଳି ବିକଶିତ ହୋଇ ସାରା ବିଶ୍ବରେ ଆଦୃତ ହୋଇପାରିଛି ତାହା ଏଥିରେ ଦର୍ଶାଯାଇଛି। ଶିଳ୍ପୀ ଗୁରୁ ଗଜେନ୍ଦ୍ର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହାକୁ ପ୍ରସ୍ତୁତ କରିବେ ଶିଳ୍ପୀ କୀର୍ତ୍ତି କିଶୋର ମହାରଣା। ତେବେ ମେଢର ସମ୍ମୁଖ ଭାଗରେ କନ୍ଦର୍ପ ହାତୀର ପ୍ରତିକୃତି ରହିବା ସହିତ ପଛଭାଗରେ ରଘୁରାଜପୁର ଗାଁରେ କିଭଳି ନାରୀଶକ୍ତି କଳା ସାମଗ୍ରୀ ପ୍ରସ୍ତୁତ କରୁଛନ୍ତି ତାହା ସ୍ଥାନ ପାଇବ। ମେଢ ସହିତ ସମ୍ବଲପୁରୀ ନୃତ୍ୟସଙ୍ଗୀତ ରହିବ। ଏଥିପାଇଁ ସମ୍ବଲପୁର ଟ୍ରାଇବାଲ ଆଣ୍ଡ୍ ଫୋକ୍ ଆର୍ଟ ଗ୍ରୁପ ମନୋନୀତ ହୋଇଛି। ଗୁ
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Next Post