ନୂଆବର୍ଷ ୨୦୨୪ରେ ପୁରୀ ଶ୍ରୀମନ୍ଦିରରେ ନୂଆ ନିୟମ ଲାଗୁ ହୋଇଛି । ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଏହି କଟକଣା ଲାଗୁ କରିବା ପାଇଁ ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ ସୂଚନା ଦେଇଥିଲେ । ଶ୍ରୀମନ୍ଦିର ଭିତରେ କେହି ପାନ, ଗୁଟଖା ଖାଇବେ ନାହିଁ କି ଛେପ ପକାଇ ପାରିବେ ନାହିଁ । ନିୟମ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଭକ୍ତ ଓ ସେବାୟତ ସମସ୍ତଙ୍କ ପାଇଁ ଏହି ନିୟମ ଲାଗୁ ହେବ ।ନୂଆବର୍ଷରେ ବଡ଼ ଦେଉଳରେ ଭକ୍ତଙ୍କୁ ନୂଆ ସୁବିଧା ମିଳିବ । ଏନେଇ ଜିଲ୍ଲା, ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ସରଛି । ପ୍ରଥମ ଥର ପାଇଁ ବଡ଼ଦାଣ୍ଡରେ ଭକ୍ତଙ୍କ ପାଇଁ ଶୀତତାପ ନିୟନ୍ତ୍ରିତ ଶେଡ୍ ତିଆରି କରାଯାଇଛି । ମରିଚିକୋଟ ଛକରୁ ଫ୍ୟାବ୍ରିକ୍ ଷ୍ଟ୍ରକଚରରେ ତିଆରି ଏହି ଶେଡ୍ ଦେଇ ଭକ୍ତମାନେ ଶ୍ରୀମନ୍ଦିର କାର୍ଯ୍ୟାଳୟ ଅଭ୍ୟର୍ଥନା କେନ୍ଦ୍ରରେ ପହଞ୍ଚିବେ । ସେଠାରୁ ସାନଛତା ମଠ ଦେଇ ବଡ଼ ଆଖଡ଼ା ମଠ ସମ୍ମୁଖ ପରିକ୍ରମା ମାର୍ଗ ରାସ୍ତାରେ ନୂତନ ଭାବେ ତିଆରି ହୋଇଥିବା ବ୍ୟାରିକେଡ ଦେଇ ସିଂହଦ୍ୱାର ବାଟେ ମନ୍ଦିରକୁ ପ୍ରବେଶ କରିବେ ।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ