ଭୁବନେଶ୍ବର: ଜାନୁଆରୀ ୬ ତାରିଖରୁ ବିଏସକେଓ୍ବାଇନବୀନ କାର୍ଡ ଲାଗି ଅନ୍ଲାଇନ୍ ପଞ୍ଜୀକରଣ କରାଯିବ । ଜାନୁୟାରୀ ୧୬ ତାରିଖ ଅନ୍ଲାଇନ୍ ପଞ୍ଜୀକରଣର ଶେଷ ତାରିଖ ହୋଇଥିବାରୁ ଯେଉଁମାନେ ଚାହୁଁଛନ୍ତି ସେମାନେ ଆବେଦନ କରିପାରିବେ । ବିଏସକେଓ୍ବାଇରୁ ବାଦ୍ ପଡ଼ିଥିବା ଗ୍ରାମାଞ୍ଚଳ ପରିବାର ଲାଗି ନବୀନ କାର୍ଡ ଉଦ୍ଦିଷ୍ଟ । ଯେଉଁ ହିତାଧିକାରୀ ବିଏସକେଓ୍ବାଇ କାର୍ଡ ପାଇନାହାନ୍ତି ସେମାନେ ନାମ ପଞ୍ଜୀକରଣ କରିପାରିବେ । ସରକାରୀ କର୍ମଚାରୀ, ସରକାରୀ ପେନସନ ଉପଭୋକ୍ତା ଓ କରଦାତାମାନେ ଏଥିଲାଗି ଉପଯୁକ୍ତ ବିବେଚିତ ହେବେ ନାହିଁ । ଅନଲାଇନ ପଞ୍ଜୀକରଣ ଲାଗି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ଆହ୍ବାନ ଦିଆଯାଇଛି । ବର୍ତ୍ତମାନ ବିଏସକେଓ୍ବାଇ ଅନ୍ତର୍ଭୁକ୍ତ ହୋଇ ନଥିବା ବ୍ୟକ୍ତିମାନେ ବିଏସକେଓ୍ବାଇ ନବୀନ କାର୍ଡ ଲାଗି ଯୋଗ୍ୟ ବିବେଚିତ ହେବେ । ବିଏସକେଓ୍ବାଇ ନବୀନ କାର୍ଡରେ ପ୍ତି ପରିବାର ପାଇଁ ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟଙ୍କ ଲାଗି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା ରହିଛି । ହିତାଧିକାରୀମାନେ ଆସନ୍ତା ମେ ୧ ତାରିଖଠାରୁ ଏହି ସୁବିଧା ପାଇବେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post