ପିକନିକ୍ ପାଇଁ SOP ଜାରି

ଭୁବନେଶ୍ବର: ଦୁର୍ଘଟଣାକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଏହି କ୍ରମରେ ଶୀତଦିନେ  ପିକ୍‌ନିକ୍ ପାଇଁ ଏସ୍‌ଓପି ଜାରି କଲା ରାଜ୍ୟ ପରିବହନ ବିଭାଗ । ପିକ୍‌ନିକ୍ ସମୟରେ ଦୁର୍ଘଟଣା ରୋକିବା ପାଇଁ ଏପରି ମାର୍ଗଦର୍ଶିକା ଜାରି କରାଯାଇଛି । ଏସଓପି ଅନୁସାରେ ମଦ୍ୟପାନ କରି ଗାଡି ଚଳାଇଲେ ଡ୍ରାଇଭରଙ୍କୁ ତୁରନ୍ତ ଗିରଫ କରାଯାଇ ଲାଇସେନ୍ସ ବାତିଲ କରାଯିବ। ଦୂର ଯାତ୍ରାକୁ ପିକନିକ ପାଇଁ ଗଲେ ଆସିଷ୍ଟାଣ୍ଟ ରଖିବାକୁ ପରାମର୍ଶ ଦିଆଯାଇଛି । ପିକନିକ ଯାତ୍ରା ପାଇଁ ଯାନବାହନ ମାଲିକମାନଙ୍କୁ ସମ୍ପୃକ୍ତ ଆରଟିଓରୁ ସ୍ୱତନ୍ତ୍ର ଅନୁମତି ନେବା ଦରକାର । ପ୍ରତ୍ୟେକ ପିକନିକ୍ ସ୍ପଟ୍ ନିକଟରେ ପରିବହନ ବିଭାଗ କର୍ମଚାରୀ ନିୟୋଜିତ ରହିବେ। ଯେଉଁ ଯାନଗୁଡ଼ିକର ଫିଟନେସ୍ ସାର୍ଟିଫିକେଟ୍ ବଳବତ୍ତର ଅଛି, କେବଳ ସଂପୃକ୍ତ କର୍ତ୍ତୃପକ୍ଷଙ୍କ ଦ୍ବାରା ପିକନିକ ପାଇଁ ଅନୁମତି ମିଳିବ ।