କଟକ-ଭୁବନେଶ୍ବର ବାସିନ୍ଦାଙ୍କୁ ମେଟ୍ରୋ ଟ୍ରେନ ଭେଟି ଦେଲେ ମୁଖ୍ୟମନ୍ତ୍ରୀ । ୪ବର୍ଷରେ ସରିବ ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ କାମ । ରାଜ୍ୟବାସୀ ପାଇବେ ମେଟ୍ରୋ ଟ୍ରେନ୍ ସୁବିଧା । ରାଜ୍ୟ ବିକାଶ ଇତିହାସରେ ଆଜି ଏକ ସ୍ବତନ୍ତ୍ର ଦିବସ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରିବହନ କ୍ଷେତ୍ରରେ ଆସିବ ବଡ଼ ରୂପାନ୍ତରଣ । ଲକ୍ଷ୍ମୀ ଯୋଜନା ଗାଁ ଗାଁରେ ଆଣିଛି ରୂପାନ୍ତରଣ ।୬ହଜାର କୋଟିରୁ ଅଧିକ ବ୍ୟୟ ବରାଦ କରାଯାଇଛି। ଏୟାରପୋର୍ଟରୁ ତ୍ରିଶୁଳିଆ ମଧ୍ୟରେ ୨୦ଟି ଷ୍ଟେସନ ରହିବ । ଏହା ରାଜ୍ୟ ସରକାରଙ୍କ ନିଜସ୍ବ ବଜେଟରେ ହେଉଥିବା ସବୁଠୁ ବଡ଼ ପ୍ରକଳ୍ପ। ମେଟ୍ରୋ ପ୍ରକଳ୍ପର ଦ୍ବିତୀୟ ପର୍ଯ୍ୟାୟ ସଂପ୍ରସାରଣ ପାଇଁ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କଟକ-ଭୁବନେଶ୍ବର ବାସିନ୍ଦାଙ୍କୁ ମେଟ୍ରୋ ଟ୍ରେନ ଭେଟି ଦେଲେ ମୁଖ୍ୟମନ୍ତ୍ରୀ । ଐତିହାସିକ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରଙ୍ଗ ବ୍ଲକର ରତାଗଡ଼-ଲେଙ୍କାସାହିରେ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଛି । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନ ବନ୍ଦରରୁ ତ୍ରିଶୁଳିଆ ଯାଏଁ ମେଟ୍ରୋ ପ୍ରକଳ୍ପ ପାଇଁ ପ୍ରାୟ ୬ ହଜାର ୨୫୫ କୋଟି ଟଙ୍କା ବହନ କରିବେ ରାଜ୍ୟ ସରକାର ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post