ପୁରୀ: ନୂଆ ବର୍ଷରେ ମହାପ୍ରଭୁଙ୍କୁ ଦର୍ଶନ କଲେ ରେକର୍ଡ ୫ ଲକ୍ଷରୁ ଅଧିକ ଭକ୍ତ । ଆସନ୍ତା ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବାକୁଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଦେଖିବା ସହ ନୂଆବର୍ଷରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଲକ୍ଷଲକ୍ଷ ଭକ୍ତ ପୁରୀରେ ରାତି ୧୨ଟା ପୂର୍ବରୁ ଧାଡ଼ି ବାନ୍ଧି ଠିଆ ହୋଇଥିବା ଦେଖିବାକୁ ମିଳିଥିଲା । ପ୍ରଶାସନ, ପୁଲିସର ଶୃଙ୍ଖଳିତ ବ୍ୟବସ୍ଥା ଯୋଗୁଁ ୫ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ନୂଆବର୍ଷର ପ୍ରଥମ ଦିନରେ ବାଧାମୁକ୍ତ ଦର୍ଶନର ଦିବ୍ୟ ଅନୁଭବ ଲାଭ କରିଛନ୍ତି । ନୂଆ ବର୍ଷରେ ପ୍ରଥମଥର ଏତେ ସଂଖ୍ୟକ ଭକ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ପହଞ୍ଚିଥିଲେ । ସଅଳ ନୀତିକାନ୍ତି ଓ ଧାର୍ଯ୍ୟ ସମୟ ପୂର୍ବରୁ ମହାପ୍ରସାଦ ଲାଗି ଯୋଗୁଁ ଭକ୍ତମାନେ ମଧ୍ୟ ଆନନ୍ଦିତ ହୋଇଛନ୍ତି । ଶୃଙ୍ଖଳିତ ଦର୍ଶନ ନିମନ୍ତେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସ୍ପି କେ. ବିଶାଳ ସିଂ ଓ ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀମାନଙ୍କ ପଦକ୍ଷେପକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post