ଆସନ୍ତା ଜାନୁଆରୀ ୧୮ ଏବଂ ୧୯ ତାରିଖରେ ଭୁବନେଶ୍ବର ନୟାପଲ୍ଲୀ ବିଦ୍ୟୁତ ମାର୍ଗ ସ୍ଥିତ ୧୨୦ ବାଟାଲିୟନ କ୍ଷେତ୍ର, ଟିଏ ବାଟାଲିୟନ ଠାରେ ପ୍ରତିରକ୍ଷା ଲେଖା ପ୍ରଧାନ ନିୟନ୍ତ୍ରକ (ବାୟୁ ସେନା), ନୂଆଦିଲ୍ଲୀଙ୍କ ପକ୍ଷରୁ ଦୁଇ ଦିନିଆ ପ୍ରତିରକ୍ଷା ପେନସନ ଅଭିଯୋଗ ସମାଧାନ ଶିବିର ଆୟୋଜନ କରାଯିବ। ପ୍ରତିରକ୍ଷା ସିଭିଲିୟାନଙ୍କ ସମେତ ପ୍ରତିରକ୍ଷା ପେନସନଭୋଗୀଙ୍କର ବିଭିନ୍ନ ସମସ୍ୟା ଏହି ଶିବିରରେ ସମାଧାନ କରାଯିବ । ପ୍ରତିରକ୍ଷା ମନ୍ତ୍ରଣାଳୟ, ତିନି ସେନା ମୁଖ୍ୟାଳୟ, ପ୍ରତିରକ୍ଷା ଲେଖା ବିଭାଗ, ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଓ କୋଷାଗାର ଅଧିକାରୀ, ପେନସନଭୋଗୀ ଓ ସେମାନଙ୍କର ପରିବାରବର୍ଗ ଏହି ଶିବିରରେ ଯୋଗଦେବେ । ୧୮ ତାରିଖ ପୂର୍ବାହ୍ନ ୧୦ଟାରୁ ପେନସନ ଶିବିର ଆରମ୍ଭ ହେବ । ପେନସନ ସଂକ୍ରାନ୍ତ ସମସ୍ୟା ରହିଥିବା ଅବସରପ୍ରାପ୍ତ ପ୍ରତିରକ୍ଷା କର୍ମଚାରୀ, ଅଧିକାରୀ, ପ୍ରତିରକ୍ଷା ସିଭିଲିୟାନ କର୍ମଚାରୀମାନେ ଆବଶ୍ୟକ ଜରୁରି କାଗଜପତ୍ର ସହ ଉପରୋକ୍ତ ଠିକଣାରେ ସକାଳ ସାଢେ ୮ଟା ସୁଦ୍ଧା ଉପସ୍ଥିତ ହେବାକୁ କୁହାଯାଇଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ