ଗୌତମ ଅଦାନୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି

ଆଦାନି-ହିଣ୍ଡେନ୍‌ବର୍ଗ ମାମଲାରେ ‘ସିକ୍ୟୁରିଟିଜ୍‌ ଆଣ୍ଡ୍‌ ଏକ୍ସଚେଞ୍ଜ୍‌ ବୋର୍ଡ ଅଫ୍‌ ଇଣ୍ଡିଆ’ (ସେବି) ଚଳାଇଥିବା ତଦନ୍ତରେ ହସ୍ତକ୍ଷେପ କରିବା ଲାଗି ଆଜି ସୁପ୍ରିମ୍‌ କୋର୍ଟ ମନା କରିଦେଇଛନ୍ତି।ଶୁଣାଇଥିବା ରାୟରେ ସୁପ୍ରିମ୍‌ କୋର୍ଟ କହିଛନ୍ତି ଯେ, ତଦନ୍ତକୁ ‘ସିକ୍ୟୁରିଟିଜ୍‌ ଆଣ୍ଡ୍‌ ଏକ୍ସଚେଞ୍ଜ୍‌ ବୋର୍ଡ ଅଫ୍‌ ଇଣ୍ଡିଆ’ରୁ (ସେବି) ‘ସ୍ପେସାଲ୍‌ ଇନ୍‌ଭେଷ୍ଟିଗେସନ୍‌ ଟିମ୍‌’ (ସିଟ୍‌) ନେବାର କୌଣସି କାରଣ ନାହିଁ।